ଗୁଣପୁର: ପୂର୍ବତନ ସମିତି ସଭ୍ୟଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଗୁଣପୁର: ରାୟଗଡା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ  ସିତାପୁର ଗାଁ ରାସ୍ତାରୁ ଦଗନ୍ନାଥପୁର ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ପି.ମହୋନ ରାଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଜମିଜମା ଘଟଣାକୁ ନେଇ ମହୋନଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗତକାଲି ସକାଳେ ଜମିକୁ କାମ କରିବାକୁ ଯାଇ ମହୋନ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ  ସିତାପୁର ରାସ୍ତାରେ ମହୋନଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। […]

hotya

Rakesh Mallick
  • Published: Thursday, 07 July 2016
  • , Updated: 07 July 2016, 11:42 AM IST

ଗୁଣପୁର: ରାୟଗଡା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ  ସିତାପୁର ଗାଁ ରାସ୍ତାରୁ ଦଗନ୍ନାଥପୁର ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ପି.ମହୋନ ରାଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଜମିଜମା ଘଟଣାକୁ ନେଇ ମହୋନଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଗତକାଲି ସକାଳେ ଜମିକୁ କାମ କରିବାକୁ ଯାଇ ମହୋନ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ  ସିତାପୁର ରାସ୍ତାରେ ମହୋନଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ମହୋନଙ୍କୁ କେହି ମାରି ଫିଙ୍ଗି ଦେଇଥିବା ତାଙ୍କ ପରିବାର ଲୋକେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଛି।

Related story