DeadBody
ଗାଁ ମୁଣ୍ଡ ଆମ୍ବ ଗଛରୁ ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅନ୍ତର୍ଗତ ଶିକାରଘାଟି ଗାଁରେ। ଉଭୟ ଯୁବକ ଯୁବତୀ ଶିକାରଘାଟି ଗାଁର ହୋଇଥିବା ଜଣାଯାଇଛି।
Advertisment
ଆଜି ସକାଳେ ଯୁବକଯୁବତୀଙ୍କ ମୃତଦେହ ଗାଁ ମୁଣ୍ଡ ଆମ୍ବଗଛରେ ଝୁଲୁଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଉଭୟଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ତେବେ ଯୁବକଯୁବତୀ ଜଣଙ୍କ କେଉଁ କାରଣ ପାଇଁ ଆତ୍ମହତ୍ୟା କରିଛନ୍ତି କାରଣ ସ୍ପଷ୍ଟ ହୋଇନାହିଁ। ଉଭୟ ପ୍ରେମ ଜନିତ କାରଣରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
