Advertisment

ଝୁଲନ୍ତା ଅବସ୍ଥାରେ ଡାକ୍ତରଙ୍କ ମୃତଦେହ ଉଦ୍ଧାର

ସଚିନ ସାହୁ ଡାକ୍ତରୀ ପଢ଼ା ଶେଷ କରିବା ପରେ ହାଉସ ସର୍ଜନ ଭାବରେ ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲରେ କାର୍ଯ୍ୟ କରୁଥିଲେ।

author-image
Jitendra Garnayak
Sachin Sahoo

Sachin Sahoo

ବାରିପଦା ସ୍ଥିତ ପିଆରଏମ ମେଡିକାଲ କଲେଜର ହଷ୍ଟେଲ ରୁମ୍‌ରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି ଜଣେ ଡାକ୍ତରଙ୍କ ମୃତଦେହ। ମୃତ ଡାକ୍ତରଙ୍କ ନାଁ ସଚିନ ସାହୁ। ତାଙ୍କ ଘର କେନ୍ଦୁଝରରେ।

Advertisment

ସଚିନ ସାହୁ ଡାକ୍ତରୀ ପଢ଼ା ଶେଷ କରିବା ପରେ ହାଉସ ସର୍ଜନ ଭାବରେ ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲରେ କାର୍ଯ୍ୟ କରୁଥିଲେ। ଆଜି ସକାଳେ ମେଡିକାଲର ସର୍ଜରୀ ୱାର୍ଡରେ ନିଜ କାର୍ଯ୍ୟ ଶେଷ କରି ସେ ହଷ୍ଟେଲକୁ ଫେରି ତାଙ୍କ ରୁମ୍‌ରେ ବିଶ୍ରାମ ନେଉଥିଲେ। ତେବେ ଦୀର୍ଘ ସମୟ ଧରି କବାଟ ନ ଖୋଲିବାରୁ କିଛି ଡାକ୍ତରୀ ଛାତ୍ର କବାଟ ଭାଙ୍ଗି ଦେଇଥିଲେ। କବାଟ ଭାଙ୍ଗିବା ପରେ ସେମାନେ ଡାକ୍ତର ସଚିନ ସାହୁଙ୍କୁ ତାଙ୍କ ରୁମ୍‌ରେ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।

ବାରିପଦା ସଦର ଥାନା ପୁଲିସ ମେଡିକାଲ କଲେଜ ପରିସରରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ସଚିନ ସାହୁଙ୍କ ମୃତ୍ୟୁର କାରଣ ଜଣାପଡ଼ି ନ ଥିବା ବେଳେ ସାଥୀ ଡାକ୍ତର କିମ୍ବା ମେଡିକାଲ କଲେଜ କର୍ତ୍ତୃପକ୍ଷ କିଛି ପ୍ରତିକ୍ରିୟା ଦେଇ ନାହାନ୍ତି।

Advertisment
Suicide Doctor