Advertisment

ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ

ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍‌ରେ ଥିବା ଫ୍ୟାନ୍‌ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।

ଅଦ୍ୟତନ ହୋଇଛି
Police

Police

Advertisment

ରାଜଧାନୀ ଛାତି ଉପରେ ଥିବା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ। ମୃତା ଛାତ୍ରୀଜଣକ ୨ ଦ୍ୱିତୀୟ ବର୍ଷର ଛାତ୍ରୀ। ଉତ୍କଳିକା ସ୍ୱାଇଁ ବୋଲି ଜଣାଯାଇଛି।

Advertisment

ଉତ୍କଳିକାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ। ସେ ସଙ୍ଗୀତ ମହାବିଦ୍ୟାଳୟର ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ। ସେ ଏକ ୩ ଜଣିଆ ହଷ୍ଟେଲ ରୁମ୍‌ରେ ରହୁଥିଲେ।

ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍‌ରେ ଥିବା ଫ୍ୟାନ୍‌ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ। ଆଜି ସକାଳେ ଦୀର୍ଘ ସମୟ ପର୍ଯ୍ୟନ୍ତ ସେ କବାଟ ନ ଖୋଲିବାରୁ ସହପାଠିନୀମାନେ କବାଟ ବାଡ଼େଇଥିଲେ। ମାତ୍ର କବାଟ ନଖୋଲିବାରୁ ଏନେଇ ପୁଲିସ୍‌କୁ ଖବର ଦେଇଥିଲେ।

Advertisment

ପୁଲିସ୍‌ ପହଞ୍ଚି କବାଟ ଭାଙ୍ଗି ଉତ୍କଳିକାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲା। ପୁଲିସ୍‌ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତାଙ୍କ ପରିବାର ଲୋକେ ଝିଅର ଏପରି ମୃତ୍ୟୂକୁ ସହଜେ ଗ୍ରହଣ କରି ପାରି ନାହାନ୍ତି।

Bhubaneswar Student Suicide Hanging Dead Body
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe