/odisha-reporter/media/post_attachments/uploadimage/library/16_9/16_9_0/Rape_1699591653.jpg)
Rape
ଗୁରୁ ନାଁରେ ଲାଗିଲା କଳଙ୍କ। ଶିକ୍ଷକ ହୋଇ ଛାତ୍ରୀଙ୍କ ଉପରେ ପକାଇଲେ କୁଦୃଷ୍ଟି। ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍ କୁନ୍ଦେଇ ଥାନା ଅଞ୍ଚଳରୁ ଏଭଳି କିଛି ଅଭିଯୋଗ ଆସିଛି। ଏହି ମାମଲାରେ ପ୍ରଧାନଶିକ୍ଷକଙ୍କ ସମେତ ଦୁଇ ଜଣ ଶିକ୍ଷକଙ୍କୁ ଥାନାରେ ଅଟକ ରଖାଯାଇଛି।
ସୂଚନା ମୁତାବକ, ଏକ ଆଶ୍ରମ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଗତ ୭ ତାରିଖ ଦିନ ପ୍ରଧାନ ଶିକ୍ଷକ ସଚିତ୍ରନନ୍ଦନ ବିଶ୍ୱାସ ଏବଂ ସହକାରୀ ଶିକ୍ଷକ କେଶବ ମାଝୀ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏନେଇ ସଂପୃକ୍ତ ଛାତ୍ରୀଙ୍କ ବାପା କୁନ୍ଦେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ଅଭିଯୋଗ ପରେ ଛାତ୍ରୀଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସେପଟେ ଦୁଇ ଶିକ୍ଷକଙ୍କୁ ଥାନାକୁ ଆଣି ଅଟକ ରଖି ପଚରା ଉଚରା ଚଳାଇଥିବା କହିଛନ୍ତି କୁନ୍ଦେଇ ଥାନା ଅଧିକାରୀ। ତେବେ ଅଭିଯୋଗ ନେଇ ସଂପୃକ୍ତ ପ୍ରଧାନଶିକ୍ଷକ ଏବଂ ଶିକ୍ଷକଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
