Advertisment

ହେମଗିର ତହସିଲଦାର ନିଲମ୍ଵିତ

ତଦନ୍ତ ରିପୋର୍ଟକୁ ଜିଲ୍ଲାପାଳ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ।

author-image
Jitendra Garnayak
ଅଦ୍ୟତନ ହୋଇଛି
Tahasildar

Tahasildar

ଲୋକଙ୍କୁ ଦୁର୍ବ୍ୟବହାର ଓ କାର୍ଯ୍ୟରେ ଅବହେଳା ମହଙ୍ଗା ପଡ଼ିଲା। ନିଲମ୍ବିତ ହେଲେ ସୁନ୍ଦରଗଡ଼ ଜିଲ୍ଲା ହେମଗିର ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି।

Advertisment

ସେ ନିୟମିତ ଅଫିସକୁ ଆସୁ ନଥିବା ଓ ତହସିଲ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ସ୍ଥାନୀୟ ଲୋକେ ଜିଲ୍ଲାପାଳ ତଥା ରାଜ୍ୟ ସରକାରଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଏହା ପରେ ଘଟଣାର ତଦନ୍ତ କରାଯାଇଥିଲା। ତଦନ୍ତ ରିପୋର୍ଟକୁ ଜିଲ୍ଲାପାଳ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ। ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି।

ନିଲମ୍ବନ ଅବଧି ସମୟରେ ତାଙ୍କୁ ଜିଲ୍ଲାପାଳଙ୍କ ଅଫିସରେ ରିପୋର୍ଟ କରିବାକୁ କୁହାଯାଇଛି। ଜିଲ୍ଲାପାଳଙ୍କ ବିନା ଅନୁମତିରେ ସେ ମୁଖ୍ୟାଳୟ ଛାଡ଼ି କେଉଁ ଆଡ଼େ ଯାଇପାରିବେ ନାହିଁ ନିର୍ଦ୍ଦେଶ ଦିଆଯାଇଛି।

Advertisment

ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତିଙ୍କୁ ନିଲମ୍ବନ କରାଯିବା ପରେ ସ୍ଥାନୀୟ ଲୋକେ ଖୁସି ପ୍ରକଟ କରିଛନ୍ତି। ସ୍ଥାନୀୟ ବାସିନ୍ଦା ରାଜେନ୍ଦ୍ର ନାଏକ କହିଛନ୍ତି, ଏହା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ। ସାଧାରଣ ଲୋକେ ଜମିଜମା ମାମଲାରେ ନିୟମିତ ତହସିଲ ଅଫିସକୁ ଆସୁଛନ୍ତି। କିନ୍ତୁ ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି ଅଫିସରେ ରୁହନ୍ତି ନାହିଁ। ସେ ତାଙ୍କ ମନଇଚ୍ଛା ଅଫିସ ଆସନ୍ତି। ଦୁର୍ନୀତିର ଗନ୍ତାଘର ପାଲିଟିଥିଲା ହେମଗିରି ତହସିଲ। ସରକାର ତାଙ୍କ ବିରୋଧରେ ଯେଉଁ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି, ତାହା ସୁନ୍ଦରଗଡ଼ ଜିଲ୍ଲାରେ କାର୍ଯ୍ୟ କରୁଥିବା ଅନ୍ୟ ଦୁର୍ନୀତିଗ୍ରସ୍ତ ଅଧିକାରୀ ତଥା ଯେଉଁ ଅଧିକାରୀମାନେ ଲୋକଙ୍କ କଥା ଶୁଣନ୍ତି ନାହିଁ କି କାମ କରନ୍ତି ନାହିଁ, ସେମାନଙ୍କ ପାଇଁ ଚେତବାନୀ ସଦୃଶ ହୋଇଛି।