କଟକ: ଏକ ହତ୍ୟା ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ଧାମନଗର ବିଜେଡି ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ୨୦୦୨ ମସିହାର ଏକ ପୁରୁଣା ହତ୍ୟା ମାମଲାରେ ତାଙ୍କୁ ଅଭିଯୁକ୍ତ କରି ୬ ମାସ ଭିତରେ ବିଚାର ସାରିବାକୁ ଭଦ୍ରକ ସେସନ୍ସ କୋର୍ଟଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେବା ପରେ ସେ ଜାମିନ ପାଇଁ କୋର୍ଟଙ୍କ ଆଶ୍ରୟ ନେଇଛନ୍ତି।
୨୦୦୨ ମସିହା ନଭେମ୍ବର ୩ ତାରିଖରେ ବାସୁଦେବପୁର ଥାନା ସୁଗୋ ଗ୍ରାମର ନିରଞ୍ଜନ ଜେନା ନାମକ ଜଣକ ବ୍ୟକ୍ତିଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିଲା। ମୃତ ନିରଞ୍ଜନଙ୍କ ଦାଦା ଦୁଃଶାସନ ଜେନା ତାଙ୍କ ଏତଲାରେ ମୁକ୍ତିକାନ୍ତ ମଣ୍ଡଳଙ୍କ ସମେତ ମୋଟ ୬ଜଣଙ୍କ ନାଁରେ ଅଭିଯୋଗ କରିଥିଲେ। ତେବେ ପରବର୍ତ୍ତୀ ସମୟରେ ମାମଲାର ତଦନ୍ତ ବେଳେ ପୋଲିସ୍ ମୁକ୍ତିକାନ୍ତଙ୍କ ସହ ଅନ୍ୟଜଣଙ୍କ ନାଁ ଚାର୍ଜସିଟରୁ ବାଦ ଦେଇଥିଲା। ଏହାକୁ ଚ୍ୟାଲେଞ୍ଜ କରି ଦୁଃଶାସନ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।