ଭିଜିଲାନ୍ସ ଜାଲରେ ACF; ୯ଟି ସ୍ଥାନରେ ଚଢ଼ାଉ

ACF ରେବତୀ ରମଣ ଯୋଶୀ ଆୟ ବର୍ହିଭୂତ ସମ୍ପତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।

ACF ରେବତୀ ରମଣ ଯୋଶୀ

  • Published: Friday, 06 December 2024
  • , Updated: 06 December 2024, 09:31 AM IST

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ACF। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ACF ରେବତୀ ରମଣ ଯୋଶୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ACFଙ୍କ ସମ୍ବଲପୁର ଓ ବରଗଡ଼ରେ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ କରାଯାଇଛି।

ରମଣ ଯୋଶୀଙ୍କ ସମ୍ବଲପୁର ଅଫିସ୍, କ୍ୱାର୍ଟର୍ସ, ତିନି ମହଲା ଘରେ ଚଢ଼ାଉ କରାଯାଇଛି। ACFଙ୍କର ସମ୍ବଲପୁରରେ ଥିବା ୪ଟି ଫ୍ଲାଟ, ସମ୍ବଲପୁରରେ ବ୍ୟବସାୟିକ କୋଠା ଓ ବରଗଡ଼ ଘରେ  ଯାଞ୍ଚ କରାଯାଇଛି।

ACF ରେବତୀ ରମଣ ଯୋଶୀ ଆୟ ବର୍ହିଭୂତ ସମ୍ପତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛନ୍ତି।
 

Related story