Advertisment

ଭରତପୁର ଥାନା ମାମଲା; ବିଚାର ବିଭାଗୀୟ ତଦନ୍ତ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ମାମଲାର ବିଚାର ବିଭାଗୀୟ ତଦନ୍ତ ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଥିଲେ।

ଅଦ୍ୟତନ ହୋଇଛି
Bharatpur Police Station

Bharatpur police station mistri

Advertisment

ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ମାମଲାର ବିଚାର ବିଭାଗୀୟ ତଦନ୍ତ ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଥିଲେ। ଆଜି ସକାଳେ ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ମୁଖ୍ୟତଃ ୩ଟି ଦିଗ ଉପରେ ତଦନ୍ତ ଆଗେଇବା ନେଇ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

Advertisment

୧. କିଭଳି ଓ କେଉଁ ପରିସ୍ଥିତିରେ ଘଟଣା ଘଟିଲା?

ଘଟଣା କ୍ରମ କ’ଣ ଥିଲା, କେଉଁ ପରିସ୍ଥିତିରେ ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଓ ମାଡ଼ମରା ଭଳି ଘଟଣା ଘଟିଲା? ଏହି ଘଟଣାରେ ତଦନ୍ତ କରାଯିବ। ସେହିପରି ଚନ୍ଦକା ଥାନା ଅଞ୍ଚଳରେ ଘଟିଥିବା ରୋଡ୍ ରୋମିଓଙ୍କ ଅସଦାଚରଣ ଘଟଣାରେ ବି ତଦନ୍ତ କରାଯିବ। ସମସ୍ତ ଅଭିଯୋଗକୁ ବିଚାରକୁ ନେଇ ତଦନ୍ତ କରିବାକୁ ସୁପାରିସ୍ କରାଯାଇଛି। 

୨. କାହାର ରହିଛି ଭୂମିକା ଓ ଏଥିପାଇଁ କିଏ ଉତ୍ତରଦାୟୀ?

ଏହି ଘଟଣାରେ କାହାର ଭୂମିକା ରହିଛି ଓ ଏଥିପାଇଁ କିଏ ଉତ୍ତରଦାୟୀ? ଏଥିପାଇଁ ସଂପୃକ୍ତ ବ୍ୟକ୍ତି, ଗୋଷ୍ଠୀ ଏବଂ କର୍ତ୍ତୃପକ୍ଷଙ୍କୁ ତଦନ୍ତ ପରିସରଭୁକ୍ତକୁ ନିଆଯିବ।

Advertisment

୩. ଅନ୍ୟ କିଛି ଘଟଣା ସହ ଲିଙ୍କ୍ ଅଛି କି?

ଅନ୍ୟ କିଛି ଘଟଣା ସହ ଭରତପୁର ଥାନା ଘଟଣାର ଲିଙ୍କ୍ ଅଛି କି? ତାହାର ମଧ୍ୟ ତଦନ୍ତ କରାଯିବ। ଯଦି ଏହି ଘଟଣା ସହ ଆଉ କିଛି ଜଡ଼ିତ ଥାଏ, ତାହାହେଲେ କମିଶନ ଏହାର ତଦନ୍ତ କରିପାରିବେ।

୪. ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଭବିଷ୍ୟତରେ ଯେପରି ଘଟଣାର ପୁନରାବୃତ୍ତି ନ ହେବ ସେନେଇ ପରାମର୍ଶ ଦିଆଯାଇଛି।

୫. ବିଜ୍ଞପ୍ତିରେ ମହିଳାଙ୍କ ନିରାପତ୍ତା ଓ ସୁରକ୍ଷା ନେଇ ମଧ୍ୟ ପରାମର୍ଶ ଦିଆଯାଇଛି।

୬. କମିଶନଙ୍କ ମୁଖ୍ୟାଳୟ ଭୁବନେଶ୍ୱରରେ ରହିବାକୁ ବିଜ୍ଞପ୍ତି ପାଇଛି। ଯଦି କମିଶନ ଆବଶ୍ୟକ ମଣିବେ ଅନ୍ୟ ସ୍ଥାନକୁ ଯାଇ ତଦନ୍ତ କରିପାରିବେ ବୋଲି କୁହାଯାଇଛି। ବିଜ୍ଞପ୍ତି ପ୍ରକାଶର ୬୦ ଦିନ ଭିତରେ ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ଅଭିଯୋଗକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ତେବେ ଗତକାଲି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ମାମଲାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଆଜି ସକାଳେ ଗୃହ ବିଭାଗ ପକ୍ଷରୁ ତଦନ୍ତ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

Cmo Of Odisha Bharatpur Police Station Gazette Notification
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe