Advertisment

ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା

ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।

spot

spot

Advertisment

ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା। ଏପରି ଏକ ଜଘନ୍ୟ କାଣ୍ଡ ମାଲକାନଗିରିର କାଲିମେଳା ଥାନା ଏମ୍ ଭି ୬୬ ଗାଁରେ ଘଟିଛି।

Advertisment

ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ମନାନ୍ତର ହୋଇଥିଲା। ମାତ୍ର ସମାଧାନ ହେବା ପରିବର୍ତ୍ତେ ଏହା ଉଗ୍ରରୂପ ଧାରଣ କଲା। ଫଳରେ ଉତ୍ତ୍ୟକ୍ତ ବ୍ୟକ୍ତିଜଣକ ଗତ ରାତିରେ ଏକ ଧାରୁଆ ଅସ୍ତ୍ରରେ ପତ୍ନୀଙ୍କ ବେକକୁ ହାଣି ଦେଇଛନ୍ତି। ମୃତଦେହ ଘରେ ପଡ଼ିଥିବା ବେଳେ ବ୍ୟକ୍ତିଜଣକ ଥାନାରେ ଆତ୍ମସମର୍ପଣ କରିଛନ୍ତି।

ପୁଲିସ୍‌ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।

Advertisment
Malkangiri Murder Family Dispute
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe