Advertisment

ଭୁବନେଶ୍ୱର ନୁହେଁ; ଦିଲ୍ଲୀରେ ହାଜର ହେବେ ବିଷ୍ଣୁପଦ ସେଠୀ!

ଦିଲ୍ଲୀରେ ହାଜର ହେବା ନେଇ CBIକୁ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି।

ଅଦ୍ୟତନ ହୋଇଛି
Bishnupada sethi

Bishnupada sethi

Advertisment

ଦିଲ୍ଲୀରେ ହାଜର ହୋଇପାରନ୍ତି IAS ବିଷ୍ଣୁପଦ ସେଠୀ। ଦିଲ୍ଲୀରେ ହାଜର ହେବା ନେଇ CBIକୁ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି। ଦିଲ୍ଲୀରେ ହାଜର ହୋଇ ତଦନ୍ତରେ ସହଯୋଗ କରିବା ସହ ସମସ୍ତ ତଥ୍ୟ ରଖିବେ ବୋଲି ବିଷ୍ଣୁପଦ ଚିଠିରେ ଉଲ୍ଲେଖ କରିଛନ୍ତି। ଏଥିସହ ଭୁବନେଶ୍ୱରରେ ହାଜର ନ ହେବା ପାଇଁ ସେ ଚିଠି ଲେଖିଥିବା ଜଣାପଡ଼ିଛି।

Advertisment

ବ୍ରିଜ ଆଣ୍ଡ ରୁଫ କମ୍ପାନୀ ଜିଜିଏମ୍ ଙ୍କ ସହ ୧୫ ଲକ୍ଷ ଟଙ୍କା କାରବାର ମାମଲାରେ ବିଷ୍ଣୁପଦ ସେଠୀଙ୍କୁ ସମନ କରିଛି ସିବିଆଇ। ୧୦ ତାରିଖରେ ସମନ ଜାରି ହୋଇଥିବାବଏଳେ ୧୧ ତାରିଖରେ ହାଜର ପାଇଁ କୁହାଯାଇଥିଲା। ଏହା ମଧ୍ୟରେ ବିଷ୍ଣୁପଦଙ୍କ ତିନି ଡ୍ରାଇଭରଙ୍କୁ ସିବିଆଇ ଜେରା କରି ସାରିଛି।ଏହି ୩ଜଣ ଡ୍ରାଇଭରଙ୍କ ସମ୍ପର୍କୀୟଙ୍କ ମାଧ୍ୟମରେ ଲାଂଚ ଟଙ୍କା ନେଣଦେଣ ହେଉଥିବା ସିବିଆଇ ସନ୍ଦେହ କରିଛି।

ଗତ ୭ତାରିଖରେ ଜୟଦେବ ବିହାର ଅଂଚଳରୁ ଏକ କାରରୁ ସିବିଆଇ ଅଫିସରମାନେ ୧୦ଲକ୍ଷ ଟଙ୍କା ନଗଦ ଲାଂଚ ଟଙ୍କା ଜବତ କରିବା ସହ ୩ଜଣଙ୍କୁ ଗିରଫ କରିବା ପରେ ଏହି ଟେଣ୍ଡର ଫିକ୍ସିଂର ନୂଆ ଦିଗ ପଦାକୁ ଆସିଛି। କେନ୍ଦ୍ରୀୟ ପିଏସୟୁ ବ୍ରିଜ ଆଣ୍ଡ ରୁଫ୍ କମ୍ପାନୀର ଜେନେରାଲ ମ୍ୟାନେଜର ଚଂଚଳ ମୁଖାର୍ଜୀଙ୍କ ସମେତ ଆଦିତ୍ୟଦେବ ଇନଫ୍ରାଷ୍ଟକର ପ୍ରାଃ ଲିଃର ଦେବଦତ୍ତ ମହାପାତ୍ର ଓ ପେଣ୍ଟା ଏ ଷ୍ଟୁଡ଼ିଓ ପ୍ରାଇଭେଟ୍ ଲିଃର ସନ୍ତୋଷ ମହାରଣାଙ୍କୁ ସିବିଆଇ ଗିରଫ କରିବା ପରେ ବିଷ୍ଣୁପଦଙ୍କ ସମ୍ପୃକ୍ତିର ପୁଳାପୁଳା ପ୍ରମାଣ ପାଇଛି ସିବିଆଇ। କେନ୍ଦ୍ରୀୟ ପିଏସୟୁଠୁ ‘ସବଲେଟ୍‌’ରେ ଏହି ଦୁଇ ବିଲଡର ସଂସ୍ଥା କିଭଳି କାର୍ଯ୍ୟ ପାଇବେ ସେନେଇ ସୁଚିନ୍ତିତ ରଣନୀତିରେ କାର୍ଯ୍ୟ କରାଯାଇଥିବାର ଅଭିଯୋଗ ହେଉଛି। ଯେଉଁଥିପାଇଁ ଗତ ଅକ୍ଟୋବର ୧୯ତାରିଖରେ ବିଷ୍ଣୁପଦ ନିଜେ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ ଭାବେ ୪ଟି କେନ୍ଦ୍ରୀୟ ପିଏସୟୁ ବ୍ରିଜ୍ ଆଣ୍ଡ ରୁଫ୍, ୱାପକୋସ, ଏନବିସିସି ଓ ସିଇଏଲ ସଂସ୍ଥାର ମୁଖ୍ୟଙ୍କୁ ଚିଠି ଲେଖି ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଆବାସିକ ଆଶ୍ରମ ସ୍କୁଲର ଉନ୍ନୀତିକରଣ କାର୍ଯ୍ୟ କରିବା ସମ୍ପର୍କରେ ଅବଗତ କରାଇଛନ୍ତି। ଏହି ୪ଟି ସଂସ୍ଥାକୁ ମୋଟ ୩୬୧କୋଟି ଟଙ୍କାର କାର୍ଯ୍ୟ କରିବା ନିମନ୍ତେ ପ୍ଲାନ୍ ଓ ଡିଜାଇନ୍ ପ୍ରସ୍ତୁତ କରି ବିଭାଗରେ ଦାଖଲ ନିମନ୍ତେ ମଧ୍ୟ ଚିଠିରେ ଉଲ୍ଲେଖ କରିଛନ୍ତି।

Advertisment

ତେବେ ରାଜ୍ୟ ସରକାରଙ୍କ ନିଜସ୍ୱ ସଂସ୍ଥା ଯାହାର କି ଇଞ୍ଜିନିୟର୍ସ ଟିମ୍ ସହ ଆବଶ୍ୟକ ଜ୍ଞାନକୌଶଳ ଓ ଭିତ୍ତିଭୂମି ରହିଛି ସେମାନଙ୍କୁ ଏଡ଼ାଇ ଯାଇ ଏହି ନିର୍ଦ୍ଦିଷ୍ଟ କେନ୍ଦ୍ରୀୟ ପିଏସୟୁ କାର୍ଯ୍ୟ କରିବା ନିମନ୍ତେ କାହିଁକି ବିଷ୍ଣୁପଦ ବାଛିଥିଲେ, କାହିଁକି ଓପନ ଟେଣ୍ଡର କରିନଥିଲେ, କାହା ନିର୍ଦ୍ଦେଶରେ ସେ ଏହି କାର୍ଯ୍ୟ ସମ୍ପୃକ୍ତ ସଂସ୍ଥାକୁ ବିନା ଟେଣ୍ଡରରେ ଟେକି ଦେଇଥିଲେ, ଏଥିପାଇଁ ସେ ସରକାରଙ୍କଠୁ ଅନୁମତି ଆଣିଥିଲେ କି ନାହିଁ, ଏସବୁ ଏବେ ବଡ଼ ପ୍ରଶ୍ନ ହୋଇଛି। 

CBI IAS Bishnupada Sethi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe