GST ଅତିରିକ୍ତ କମିଶନରଙ୍କ ଘରେ ପଶିଲା ଭିଜିଲାନ୍ସ। ଯାଜପୁର CT&GST ଏନ୍ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ରହିଛି। ପ୍ରାୟ ୫.୮୫ ଲକ୍ଷ ରାଜସ୍ୱ ହେରଫେର କରିଥିବା ଜଣାପଡ଼ିଛି।
GST ଅତିରିକ୍ତ କମିଶନର ଜଣେ ଡିଲର୍ ଠାରୁ ଜବତ ସ୍କ୍ରାପ୍କୁ ଅନ୍ୟତ୍ର ବିକ୍ରି କରିଥିବା ତାଙ୍କ ନାଁରେ ଅଭିଯୋଗ ରହିଛି। ଭୁବନେଶ୍ୱର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।
Also Read
ବିନୟ ଭୂଷଣଙ୍କର ଭୁବନେଶ୍ୱର ୟୁନିଟ୍ ୨ରେ ଥିବା କ୍ୱାର୍ଟର୍ସ ଓ ଖୋର୍ଦ୍ଧାରେ ଥିବା ପୈତୃକ ଘର ସମେତ ୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। କଟକ ଭିଜିଲାନ୍ସ ଡିଭଜନ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଚଢ଼ାଉ ବିଭିନ୍ନ କମ୍ପାନୀର କିଛି ଡକ୍ୟୁମେଣ୍ଟ ଓ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଫିସ୍ରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଟଣାଓଟରା କଲେ ମହିଳା
ଜାତିଗତ ପ୍ରମାଣ ପତ୍ର ପାଇନଥିବାରୁ ସିଆର୍ପିଏଫ୍ ଚାକିରି ଆଶାୟୀଙ୍କ ଧୌର୍ଯ୍ୟର ବନ୍ଧ ଭାଙ୍ଗି ଯାଇଥିଲା। ଏହାଛଡ଼ା ନିଜ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।
Crime
ଭିଣୋଇ ଓ ସ୍ୱାମୀଙ୍କ ପରେ ଜେଲ୍ ଗଲେ ସ୍କୁଟି ଦିଦି
ଦୁଇ ବର୍ଷ ତଳେ ପଶ୍ଚିମବଙ୍ଗ ଏସ୍ଟିଏଫ୍ ହାତରେ ଧରା ପଡ଼ିଥିଲେ ରୁକ୍ସାନାଙ୍କ ଭିଣୋଇ ଏସ୍.କେ ରସିଦ। କୋଲକାତାରୁ ତାଙ୍କୁ ଗିରଫ କରିଥିଲା ଏସ୍ଟିଏଫ୍ ଟିମ୍। କାର ସହ ୧୦ ଲକ୍ଷ ଟଙ୍କାର ହେରୋଇନ୍ ତାଙ୍କଠାରୁ ଜବତ କରିଥିଲା।
Crime
କାଫେ ଭିତରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ
ଅଭିଯୁକ୍ତମାନେ ଘଟଣା ବେଳର ଦୃଶ୍ୟକୁ ରେକର୍ଡ କରିଥିଲେ ଓ ଭିଡିଓ ବଦଳରେ ପୀଡ଼ିତାଙ୍କ ଠାରୁ ଟଙ୍କା ଆଦାୟ କରିବାକୁ ଚେଷ୍ଟା କରିଥିଲେ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।