Advertisment

ବାଲେଶ୍ୱରରେ କାଲି ଠାରୁ ମିଳିବ ଇଣ୍ଟରନେଟ

ଲାଣ୍ଡ ଲାଇନ୍ ଓ ବ୍ରଡବ୍ୟାଣ୍ଡରେ ସେବା ମିଳୁଥିବା ବେଳେ ଆସନ୍ତାକାଲି ଠାରୁ ମୋବାଇଲରେ ଇଣ୍ଟରନେଟର ସୁବିଧା ମିଳିବ।

Police

Police

Advertisment

ଗୋଷ୍ଠୀ ସଂଘର୍ଷକୁ ନେଇ ବାଲେଶ୍ୱର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି। ସହଦେବଖୁଣ୍ଟା ଥାନା ଅଞ୍ଚଳରେ ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ ରହିବ। ସେହିପରି ଟାଉନ ଥାନା ଅଞ୍ଚଳରେ ସକାଳ ୫ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ କୋହଳ ରହିବ କର୍ଫ୍ୟୁ। ଆସନ୍ତାକାଲି ପୌରାଞ୍ଚଳରେ ସମସ୍ତ ସ୍କୁଲ କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବ। ଅନ୍ୟପଟେ ଲାଣ୍ଡ ଲାଇନ୍ ଓ ବ୍ରଡବ୍ୟାଣ୍ଡରେ ସେବା ମିଳୁଥିବା ବେଳେ ଆସନ୍ତାକାଲି ଠାରୁ ମୋବାଇଲରେ ଇଣ୍ଟରନେଟର ସୁବିଧା ମିଳିବ।

Advertisment

ଘଟଣାରେ ମୋଟ ୨୯ ଟି ମାମଲା ରୁଜୁ ହୋଇଥିବା ବେଳେ ଗିରଫ ସଂଖ୍ୟା ୮୯ ପହଞ୍ଚଛି। ସେପଟେ କୌଣସି ଗୁଜବ ପ୍ରଚାର, ଶୋସାଆଲ ମିଡିଆ ପୋଷ୍ଟ ଉପରେ ନଜର ରଖିଛି ସାଇବର ଟିମ୍। ଜଣେ ଗୁଜବକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କହିଛନ୍ତି ଏସପି ସାଗରିକା ନାଥ। ଯେଉଁ ବ୍ୟକ୍ତି ଏଭଳି ଗୁଜବ ପ୍ରଚାର କରିବ ତାଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ଆଶିଷ ଠାକରେ ଓ ଏସପି ସାଗରିକା ନାଥ କହିଛନ୍ତି।

ଘଟଣାଟି ହେଉଛି ୧୭ ତାରିଖ ସୋମବାର ବାଲେଶ୍ୱର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଆରମ୍ଭ ହୋଇଥିଲା। ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ହୋଇଥିବା ଅଭିଯୋଗ ହୋଇଥିଲା। ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ। ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ଭଙ୍ଗାରୁଜା ହୋଇଥିଲା।

Advertisment

ବିଳମ୍ବିତ ରାତିରେ ମଧ୍ୟ ସୁଏଲପୁର ଓ ଦପ୍ତରସାହିର ଅଞ୍ଚଳର କିଛି ସ୍ଥାନରେ ଗାଡ଼ି ଭଙ୍ଗାରୁଜା ଓ ଦୋକାନ ଆସବାବପତ୍ରରେ ନିଆଁ ଲଗାଯିବା ଭଳି ଘଟଣା ସାମ୍ନାକୁ ଆସିଥିଲା। ପୁଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ଢେଲା ପଥର ମାଡ଼ରେ ସାଧାରଣ ଜନତା, ପୁଲିସ ଓ କିଛି ଗଣମାଧ୍ୟମ ପ୍ରତିନିଧି ଆହତ ହୋଇଥିଲେ। ଏହାପରେ ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଥିଲା।

Balasore
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe