Advertisment

୪ ଦିନ ପରେ ଭଦ୍ରକରେ ସ୍ୱାଭାବିକ ହେଲା ଇଣ୍ଟରନେଟ୍‌ ସେବା

ସୋଶାଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ସଂପ୍ରଦାୟ ବିରୋଧରେ ଜଣେ ବ୍ୟକ୍ତିଙ୍କ ପୋଷ୍ଟକୁ ନେଇ ଅଶାନ୍ତ ହୋଇ ଉଠିଥିଲା ଭଦ୍ରକ ସହର।

ଅଦ୍ୟତନ ହୋଇଛି
internet

internet

Advertisment

ଧୀରେ ଧୀରେ ସୁଧୁରୁଛି ଭଦ୍ରକର ସ୍ଥିତି। ୪ ଦିନ ପରେ ଗତକାଲି ମଧ୍ୟରାତ୍ରିରୁ ଭଦ୍ରକ ରେ ସ୍ୱାଭାବିକ ହୋଇଛି ଇଣ୍ଟରନେଟ୍‌ ସେବା। ସୋଶାଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଥିଲା। ଇଣ୍ଟରନେଟ୍‌ ସେବା ସ୍ୱାଭାବିକ ହୋଇଥିଲେ ମଧ୍ୟ ୧୬୩ ଜାରି ରହିଛି।

Advertisment

ଗତକାଲି ପୁଲିସ ଡିଜି ୱାଇ.ବି ଖୁରାନିଆ ଭଦ୍ରକ ଗସ୍ତରେ ଯାଇ ସ୍ଥିତି ସମୀକ୍ଷା କରିଥିଲେ। ସୋଶାଲ ମିଡିଆରେ ହେଉଥିବା ମିଥ୍ୟା ଅପପ୍ରଚାର ଓ ଗୁଜବଠୁ ଦୂରେଇ ରହିବାକୁ ଜନସାଧାରଣଙ୍କୁ ଅପିଲ୍‌ କରିଥିଲେ।

ସୋଶାଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ସଂପ୍ରଦାୟ ବିରୋଧରେ ଜଣେ ବ୍ୟକ୍ତିଙ୍କ ପୋଷ୍ଟକୁ ନେଇ ଅଶାନ୍ତ ହୋଇ ଉଠିଥିଲା ଭଦ୍ରକ ସହର। ଉକ୍ତ ସଂପ୍ରଦାୟର ଲୋକେ ସଂପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରିବା ଦାବିରେ ଶୁକ୍ରବାର ଅପରାହ୍ନରେ ସନ୍ଥିଆ ପୋଲ ନିକଟରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଭଦ୍ରକ ତହସିଲଦାର ଓ ପୁରୁଣା ବଜାର ପୁଲିସ ସେଠାରେ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିବା ସହିତ ରାସ୍ତାରୋକରୁ ଓହରି ଯିବାକୁ କହିଥିଲେ।

Advertisment

ମାତ୍ର ସ୍ଥିତି ସାଂଘାତିକ ରୂପ ଧାରଣ କଲା। ଆନ୍ଦୋଳନକାରୀ ପୁଲିସ ଉପରକୁ ଆକ୍ରମଣ କରିବାରୁ ତିନି ଜଣ ପୁଲିସ ଅଧିକାରୀ ସହ କିଛି କର୍ମଚାରୀ ଆହତ ହୋଇଥିଲେ। ଭଦ୍ରକ ତହସିଲଦାରଙ୍କ ଗାଡ଼ିକୁ ମଧ୍ୟ ଆନ୍ଦୋଳନକାରୀ ଭାଙ୍ଗି ଦେଇଥିଲେ। ଏମିତିକି ଏହି ଘଟଣାକୁ ନେଇ ଧାମନଗର ଥାନା ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିଲା।

ପୁଲିସକୁ ଆକ୍ରମଣ ଘଟଣାରେ ବର୍ତ୍ତମାନ ସୁଦ୍ଧା ଗିରଫଦାରୀ ସଂଖ୍ୟା ୨୭ରେ ପହଞ୍ଚିଛି । ଭଦ୍ରକ ରୁ ୧୦ ଜଣ ଏବଂ ଧାମନଗର ଥାନାରୁ ୧୭ଜଣଙ୍କୁ ଗିରଫ କରାଯାଇଛି।

Bhadrak Internet
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe