ବ୍ରହ୍ମପୁର: ବ୍ରହ୍ମପୁର ବଡ଼ ବଜାର ଥାନା ଅନ୍ତର୍ଗତ ପିତାଖୁଣ୍ଟି ସାହିରେ ଆଇପିଏଲ୍ ବେଟିଂ ଚାଲିଥିବା ବେଳେ ପୋଲିସ୍ ଚଢ଼ାଉ କରି ମୁଖ୍ୟ ବୁକିକୁ ଗିରଫ କରିଛି। ଗିରଫ ବୁକି ଜଣଙ୍କ ହେଲେ ଇ. ସୁରେଶ କୁମାର। ତାଙ୍କଠାରୁ ପୋଲିସ୍ ୭,୯୧,୦୦୦ ଟଙ୍କା, ୧୭୫ ଗ୍ରାମ ଅଳଙ୍କାର ଓ ୧୦ଟି ମୋବାଇଲ ଜବତ କରିଛି। ବେଟିଂ ଚାଲିଥିବା ସନ୍ଦେହରେ ଏବେ ବି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।
ଗତ ୨୫ ତାରିଖରେ ବ୍ରହ୍ମପୁର ଲାଞ୍ଜିପାଲ୍ଲୀ ଅଞ୍ଚଳରୁ ବେଟିଂ ଅଭିଯୋଗରେ ପୋଲିସ୍ ଦୁଇ ଜଣଙ୍କୁ ଗିରଫ କରିଥିଲା। ସେତେବେଳେ ଅଭିଯୁକ୍ତଙ୍କ ନିକଟରୁ ୧୧ ଲକ୍ଷ ଟଙ୍କା ସହ ମୋବାଇଲ୍ ଫୋନ୍ ଓ ଲାପଟପ୍ ଜବତ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।