ଜଗତସିଂହପୁର: ଜମି ବିବାଦକୁ କେନ୍ଦ୍ର କରି ଗଣ୍ଡଗୋଳ, ଦୁଇ ଗୁରୁତର

ଜଗତସିଂହପୁର: ଖଇରଙ୍ଗ ପଞ୍ଚାୟତର ପୁରଣ ଗ୍ରାମରେ ଜମି ବିବାଦକୁ କେନ୍ଦ୍ର କରି ଭାଇ ଭାଇ ମଧ୍ୟରେ ଗଣ୍ଡଗୋଳ ଘଟି ୨ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ପ୍ରଥମେ ଜଗତସିଂହପୁର ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଏ ନେଇ ଜଗତସିଂହପୁର ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି । ମିଳିଥିବା ସୂଚନା ଅନୁସାରେ ପୁରଣ […]

jsp

Rakesh Mallick
  • Published: Sunday, 27 September 2015
  • , Updated: 27 September 2015, 10:05 AM IST

ଜଗତସିଂହପୁର: ଖଇରଙ୍ଗ ପଞ୍ଚାୟତର ପୁରଣ ଗ୍ରାମରେ ଜମି ବିବାଦକୁ କେନ୍ଦ୍ର କରି ଭାଇ ଭାଇ ମଧ୍ୟରେ ଗଣ୍ଡଗୋଳ ଘଟି ୨ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ପ୍ରଥମେ ଜଗତସିଂହପୁର ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଏ ନେଇ ଜଗତସିଂହପୁର ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।

ମିଳିଥିବା ସୂଚନା ଅନୁସାରେ ପୁରଣ ଗ୍ରାମରେ କୈଳାସ ଦାସ, ରାଜ କିଶୋର ଦାସ ଓ ରୁବି ଦାସଙ୍କର ଜମି ବାଡିକୁ ନେଇ ସାନ ଭାଇ ମାନସ ଓ ଚାନସଙ୍କ ସହ ବିବାଦ ଲାଗି ରହିଥିଲା । ଏହାକୁ କେନ୍ଦ୍ର କରି ସେମାନେ ମାନସ ଓ ଚାନସଙ୍କୁ ମରାଣାତ୍ମକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।

Related story