ଯାଜପୁର: ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଅନ୍ତର୍ଗତ ଗୋବରଘାଟି-ମଧୁବନ ରାସ୍ତାରେ ଆଜି ଦିନ ଦିପହରରେ ଜଣେ ପେଟ୍ରୋଲ୍ପମ୍ପ୍ କର୍ମଚାରୀଙ୍କଠାରୁ ୮ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଗୋଲାଗାଁ ସ୍ଥିତ ଏକ ପେଟ୍ରୋଲ୍ପମ୍ପ୍ର କର୍ମଚାରୀ ଉତ୍ସବ ସାହୁ ବ୍ୟାଙ୍କରେ ଟଙ୍କା ଜମା କରିବାକୁ ଯାଉଥିବା ବେଳେ ୪ ଜଣ ଦୁର୍ବୃତ୍ତ ଦୁଇଟି ବାଇକ୍ରେ ଆସି ତାଙ୍କୁ ବନ୍ଧୁକ ଦେଖାଇ ଟଙ୍କା ଲୁଟି ନେଇଥିଲେ। ଜଣେ ଦୁର୍ବୃତ୍ତ ଫାଙ୍କା ଗୁଳି ଚଳାଇବା ସହିତ ଉତ୍ସବଙ୍କ ମୁଣ୍ଡରେ ଶକ୍ତ ଆଘାତ ଦେଇଥିଲେ। ଆହତ ଉତ୍ସବଙ୍କୁ ଦାନଗଦୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଉତ୍ସବ କହିଛନ୍ତି,“ଦୁର୍ବୃତ୍ତମାନେ ପ୍ରଥମେ ମୋତେ ଧକ୍କା ଦେଇଥିଲେ। ମୁଁ ପଡ଼ିଯିବା ପରେ ମୋଠାରୁ ଟଙ୍କା ବ୍ୟାଗ୍ ଛଡ଼ାଇ ନେଇଥିଲେ। ମୁଁ ବ୍ୟାଗ୍ନ ଛାଡ଼ିବାରୁ ମୋ ମୁଣ୍ଡରେ ଶକ୍ତ ପ୍ରହାର ମଧ୍ୟ କରିଥିଲେ। କଳିଙ୍ଗନଗର ପୋଲିସ୍ ଘଟଣାର ତଦନ୍ତ କରୁଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।