ବୌଦ୍ଧ: ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବୌଦ୍ଧ: ବୌଦ୍ଧ ଥାନା ବଘିଆପଡ଼ା ଗାଁର ଘରୋଇ ସ୍କୁଲ ପଛପଟୁ ଏକ ଅଜଣା ଯୁବକର ମୃତଦେହ ଉଦ୍ଧାର କରାଯାଇଛି। ଯୁବକର ବେକରେ  କଟାଦାଗ ଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି। ଯୁବକର ପରିଚୟ ଏଯାଏଁ ମିଳିନାହିଁ। ବଘିଆପଡ଼ା ଫାଣ୍ଡି ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।