ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ମଧୁପୁର ଗାଁରେ ଜଣେ ନାବାଳିକାଙ୍କୁ ପୋଡ଼ି ହତ୍ୟା ଉଦ୍ୟମ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆଜିଠୁ ଆରମ୍ଭ ହୋଇଯାଇଛି। କ୍ରାଇମବ୍ରାଞ୍ଚର ଏକ ଚାରି ଜଣିଆ ଟିମ୍ ଆଜି ନର୍ଲା ଆସି ତଦନ୍ତ କରୁଛନ୍ତି।
ଏହି ଘଟଣାରେ ନର୍ଲା ପୋଲିସ୍ ୬ ଜଣଙ୍କୁ ଗିରଫ କରିଛି। ମୁଖ୍ୟ ଦୁଇ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ନାବାଳକଙ୍କ ହୋଇଥିବାରୁ ତାକୁ ଜୁଭେନାଇଲ୍ ଜେଲ୍କୁ ପଠାଇ ଦିଆଯାଇଥିବା ବେଳେ ଅନ୍ୟ ୫ ଜଣଙ୍କୁ ଜେଲ୍ ହାଜତକୁ ପଠାଇ ଦିଆଯାଇଛି।
ଅନ୍ୟପକ୍ଷରେ ଜୀବନ ସହିତ ସଂଗ୍ରାମ କରୁଥିବା ଝିଅଟିକୁ ରାଉରକେଲା ଆଇଜିଏଚ୍ରେ ଚିକିତ୍ସା କରାଯାଉଛି।
ଗତ ୧୧ ତାରିଖରେ ସେହି ଗାଁର ବୁଲୁ ଦାସ ଓ ତା’ର ଜଣେ ସାଙ୍ଗ ଝିଅଟିକୁ କମେଣ୍ଟ୍ ମାରିଥିଲେ। ଏହାକୁ ବିରୋଧ କରିବାରୁ ସେମାନେ ନାବାଳିକାର ପରିବାରକୁ ଗାଳିଗୁଲଜ କରିଥିଲେ। ସନ୍ଧ୍ୟାରେ ଘରେ କେହି ନ ଥିବା ବେଳେ ସେମାନେ ଝିଅଟି ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ ବୋଲି ଅଭିଯୋଗ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।