ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ

କନ୍ଧମାଳ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ପୋଲିସ୍‌ ଆଜି ଏକ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ରାମଚନ୍ଦ୍ର ସାହୁଙ୍କୁ ଗିରଫ କରିଛି।

ଅସଦାଚରଣ ନେଇ ଛାତ୍ରୀମାନେ ପରିବାର ଲୋକଙ୍କୁ କହିଥିଲେ। ପରେ ଛାତ୍ରୀଙ୍କ ମା’ମାନେ ଏନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତିକରି ଘଟଣାର ତଦନ୍ତ କରି ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରିଛି।