କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଚାନ୍ଦୋଳର ଆନୁଆପଡ଼ା ଠାରେ ଶନିବାର ବିଳମ୍ବିତ ରାତିରେ ଡକାୟତି ଯୋଜନା କରୁଥିବା ବେଳେ ୨ଜଣ ଦୁର୍ବୃତ୍ତଙ୍କୁ ପୋଲିସ୍ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଆନୁଆପଡ଼ା ଗ୍ରାମର ଉମେଶ ସାହୁ ଓ ଖୋର୍ଦ୍ଧା ଜଙ୍କିଆ ଅଞ୍ଚଳର ଏସକେ ସୁଲେମାନ। ତାଙ୍କ ନିକଟରୁ ଗୋଟିଏ ବନ୍ଧୁକ, ୫ ରାଉଣ୍ଡ ଗୁଳି ଓ ଗୋଟିଏ ବାଇକ ଜବତ କରାଯାଇଛି। ଏ ନେଇ କେନ୍ଦ୍ରାପଡ଼ା ସଦର ଥାନାରେ ନଂ. ୮୭/ ୨୦୧୬ରେ ଏକ ମାମଲା ରୁଜୁ କରାଯାଇଛି। ଚଢାଉବେଳେ ଘଟଣାସ୍ଥଳରୁ ଆଉ ୫ଜଣ ଦୁର୍ବୃତ୍ତ ଖସିଯିବାକୁ ସକ୍ଷମ ହୋଇଛନ୍ତି।
କେନ୍ଦ୍ରାପଡ଼ା ଏସଡିପିଓ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ କହିଛନ୍ତି,“ଦୁର୍ବୃତ୍ତମାନେ ନୟାଗଡ଼, ଖୋର୍ଦ୍ଧା, ପୁରୀ, ଯାଜପୁର, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ୨୦ରୁ ଅଧିକ ଡକାୟତି, ରାହାଜାନୀ ଓ ଲୁଟ୍ ଭଳି ଅପରାଧିକ ମାମଲା ଘଟାଇଥିବା ଜଣାପଡିଛି।”
’
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।