କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ଅନ୍ତର୍ଗତ ଜୟପୁର ଗାଁରେ ଗତକାଲି ସଂଧ୍ୟ୍ୟାରେ ଦୁର୍ବୃତ୍ତମାନେ ଜଣେ ଯୁବ ବ୍ୟବସାୟୀଙ୍କ ଗୁଳିମାଡ଼ କରି ତାଙ୍କ ଦୋକାନ ଓ ଘରୁ ସୁନାଗହଣା ଓ ନଗଦ ଟଙ୍କା ଲୁଟ୍ କରିନେଇଥିବା ଅଭିଯୋଗ ହୋଇଛି। ବ୍ୟବସାୟୀଙ୍କ ନାଁ ରସିକ ବେହେରା। ତାଙ୍କୁ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ରବିବାର ସଂଧ୍ୟା ସମୟରେ ୮ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ରସିକ ବେହେରା କରିଥିବା ଭୂଷା ଦୋକାନ ନିକଟରେ ଥିବା ଲୋକଙ୍କୁ ବନ୍ଧୁକ ଦେଖାଇଥିଲେ। ସେଠାରେ ଥିବା ଲୋକ ଭୟଭୀତ ହୋଇ ପଳାଇଯିବାପରେ ଦୁର୍ବୃତ୍ତମାନେ ରସିକଙ୍କ ଘର ଓ ଦୋକାନରେ ପଶି ସୁନାଗହଣା ଓ ନଗଦ ଟଙ୍କା ଲୁଟିନେଇଥିଲେ। ଏହାପରେ ଦୁର୍ବୃତ୍ତମାନେ ରସିକଙ୍କ ଛାତିକୁ ଗୁଳିମାରି ଚାଲିଯାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।