କଟକ: ଅଧିକ ଯୌତୁକ ଦାବିରେ ଜଣେ ମହିଳାଙ୍କୁ ନିର୍ଯାତନା ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆସିଛି କଟକ ଜିଲା କିଶନନଗର ଥାନା ସାମନ୍ତରାପୁର ଗାଁରୁ। ମୃତ ମହିଳା ଜଣକ ହେଲେ ଲକ୍ଷ୍ମୀପ୍ରିୟା ବେହେରା। ଗତକାଲି ରାତିରେ ଲକ୍ଷ୍ମୀପ୍ରିୟାଙ୍କର କଟକ ବଡ ମେଡିକାଲରେ ମୃତ୍ୟୁ ଘଟିଛି। ଯୌତୁକ ବାବଦରେ ଏକ ମୋଟର ସାଇକେଲ ପାଇଁ ଲକ୍ଷ୍ମୀପ୍ରିୟାଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପଘର ଲୋକେ କିଶନନଗର ଥାନାରେ ଏତଲା ଦେଇଛନ୍ତି। ତେବେ ଅଭିଯୋଗକୁ ଅସ୍ୱୀକାର କରିଛନ୍ତି ଲକ୍ଷ୍ମୀପ୍ରିୟାଙ୍କ ଶାଶୂ। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ସତ୍ୟ ସାମ୍ନାକୁ ଆସିବ ବୋଲି ପୋଲିସ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।