କେନ୍ଦୁଝର: କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ଜନାର୍ଦନପୁର ସାହିରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ଏ ନେଇ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ଶିରିପୁର ଗାଁର ବାବୁଲି ମୁର୍ମୁଙ୍କୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ଗତକାଲି ରାତିରେ ନିତ୍ୟାନନ୍ଦ ନାଏକ ମଦ ପିଇ ଶିରିପୁର ଗାଁର ଏକ ନାଳରେ ପଡ଼ି ଯାଇଥିଲେ। ହୋସ୍ ଫେରିବା ପରେ ନିଶାସକ୍ତ ଅବସ୍ଥାରେ ଉକ୍ତ ଗାଁ ଜଣଙ୍କ ବାରଣ୍ଡାରେ ବସି ପରିବାର ଲୋକଙ୍କୁ ଅଶ୍ଲୀଳ ଭାଷାରେ ଗାଳି ଦେଇଥିଲା। ଏଥିରେ ବାବୁଲି ଉତ୍କ୍ଷିପ୍ତ ହୋଇ ଏକ ପଥରରେ ନିତ୍ୟାନନ୍ଦଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।