ଖୋର୍ଦ୍ଧା: ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଅଭିଯୋଗ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ନାଚୁଣି ବଜାରରେ ଗତକାଲି ରାତିରେ  ଦୁର୍ବୃତ୍ତମାନେ ସଂଘବଦ୍ଧ ଭାବେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ତୋଫାନ ସେଣ। ଗତକାଲି ରାତିରେ ଦୁର୍ବୃତ୍ତମାନେ ତୋଫାନଙ୍କୁ ହତ୍ୟା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।  ପୋଲିସ୍ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଏହି ମାମଲାରେ ୧୦ଜଣଙ୍କୁ ଅଟକ ରଖି ବାଣପୁର ପୋଲିସ୍ ପଚରାଉଚରା କରୁଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର […]

khodha-3

Rakesh Mallick
  • Published: Thursday, 16 June 2016
  • , Updated: 16 June 2016, 11:31 AM IST

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ନାଚୁଣି ବଜାରରେ ଗତକାଲି ରାତିରେ  ଦୁର୍ବୃତ୍ତମାନେ ସଂଘବଦ୍ଧ ଭାବେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ତୋଫାନ ସେଣ। ଗତକାଲି ରାତିରେ ଦୁର୍ବୃତ୍ତମାନେ ତୋଫାନଙ୍କୁ ହତ୍ୟା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।  ପୋଲିସ୍ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଏହି ମାମଲାରେ ୧୦ଜଣଙ୍କୁ ଅଟକ ରଖି ବାଣପୁର ପୋଲିସ୍ ପଚରାଉଚରା କରୁଛି।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି  ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

Related story