ଗତକାଲି ସନ୍ଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ବେଣାପଞ୍ଜରୀ ଗାଁରେ ନବମ ଶ୍ରେଣୀ ଛାତ୍ର ଶୁଭମ୍ ସ୍ୱରୂପ ପାଲଟାସିଂଙ୍କୁ ଛୁରି ଭୁଶି ହତ୍ୟା କରାଯାଇଥିଲା। ପୁଲିସ୍ ଏଥିରେ ସମ୍ପୃକ୍ତି ଅଭିଯୋଗରେ ଜଣେ ଯୁକ୍ତ ୨ ଛାତ୍ରଙ୍କୁ ଅଟକ ରଖି ପଚରାଉଚରା କରିଛି। ପଚରାଉଚରା ବେଳେ ସେ ହିଁ ଏହି ହତ୍ୟାକାଣ୍ଡ ଘଟାଇଥିବା ସ୍ୱୀକାର କରିଥିବା ପୁଲିସ୍ କହିଛି। ଅଭିଯୁକ୍ତଙ୍କ ନିକଟରୁ ମିଳିଥିବା ତଥ୍ୟ ଅନୁଯାୟୀ ଆଜି ଏହି ହତ୍ୟାକାଣ୍ଡ ପଛର କାରଣ ବଖାଣିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ। ତେବେ ଏହାରି ଭିତରେ ମୃତ ଛାତ୍ରଙ୍କ ବାପା ମନୋଜ ପାଲଟାସିଂ ଡିସିପିଙ୍କ ମନ୍ତବ୍ୟକୁ ଗ୍ରହଣ କରିପାରି ନାହାନ୍ତି। ସେ କହିଛନ୍ତି, ମୋ ପୁଅକୁ ସୁପାରି ଦିଆଯାଇ ହତ୍ୟା କରାଯାଇଛି। ଏହି ଘଟଣାରେ ସିବିଆଇ ତଦନ୍ତ କରାଯାଉ ବୋଲି କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ପନ୍ନୁ ପଠାଇଲା ଧମକପୂର୍ଣ୍ଣ ମେଲ୍; ଦେଲା ଚେତାବନୀ
ଆଜି ପୁନର୍ବର ଏହି ଘଟଣାର ପୁନରାବୃତ୍ତି ହୋଇଛି। ଆସନ୍ତା୮ ତାରିଖରେ ଭୁବନେଶ୍ୱରର ଜନତା ମଇଦାନରେ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହ ପାଳିତ ହେବ ।
Crime
ଚା' ଖଟିରେ ଦାଦନ ସର୍ଦ୍ଦାର ସହ ଥାନାଧିକାରୀଙ୍କ ଦୋସ୍ତି! ଡିଲ୍ ଚାଲିଥିବା ଅଭିଯୋଗ
ଭିଟାମାଟି ଛାଡ଼ି ଦାଦନ ଯାଉଥିଲେ ଅନେକ ଶ୍ରମିକ। ପାଖରେ ଥିବା ଚା ଦୋକାନରେ ଦାଦନ ସର୍ଦ୍ଦାର ସହ ଖଟି ଜମାଇଥିଲେ ପାଟଣାଗଡ଼ ଥାନାଧିକାରୀ। ଲୋକେ କହୁଛନ୍ତି ଚାଲିଥିଲା ଡିଲ୍।
Crime
ପୁଲିସ ଉପରେ ଗାଡି ଚଢ଼ାଇ ଚମ୍ପଟ ମାରିଲେ ଗଞ୍ଜେଇ ଗ୍ୟାଙ୍ଗ; ଦେଖନ୍ତୁ ଭିଡିଓ
ପୂର୍ବରୁ ସୂଚନା ପାଇ ଗଞ୍ଜେଇ ଗ୍ୟାଙ୍ଗକୁ ଧରିବା ପାଇଁ ଟୋଲ ପ୍ଲାଜାରେ ଅଟକାଇଥିଲା ପୁଲିସ। ଗାଡ଼ି ଚଢ଼ାଇ ଫେରାର୍ ହୋଇଗଲେ ଗଞ୍ଜେଇ ମାଫିଆ।
Crime
ପଡ଼ୋଶୀଙ୍କୁ ହତ୍ୟା କଲେ ବାପ-ପୁଅ, କଟା ମୁଣ୍ଡ ଧରି ଥାନାରେ ପହଞ୍ଚିଲେ
ସୁରେଶଙ୍କ ଝିଅ ଫେରାର ହେବା ପଛରେ ରାମଚନ୍ଦ୍ରଙ୍କ ହାତ ଥିବା ଆଶଙ୍କାରେ ତାଙ୍କୁ ବାପ-ପୁଅ ମାରି ଦେଇଛନ୍ତି।
Crime
ଘର ତିଆରି କରୁଛନ୍ତି କି? ହୁସିଆର୍; ରାଜଧାନୀରେ ବିକ୍ରି ହେଉଛି ଡୁପ୍ଲିକେଟ୍ ସିମେଣ୍ଟ
ବଡ଼ଗଡ଼ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ଏକ ଡୁପ୍ଲିକେଟ୍ ସିମେଣ୍ଟ କାରଖାନା ଚାଲିଥିଲା। ବ୍ୟବହାର ଯୋଗ୍ୟ ନଥିବା ବା ମେଣ୍ଡା ହୋଇଯାଇଥିବା ସିମେଣ୍ଟକୁ ଆଣି ଭାଙ୍ଗି ସେଥିରେ ଧୂଳି ଓ ଅନ୍ୟାନ୍ୟ ସାମଗ୍ରୀ ମିଶାଇ ତିଆରି କରୁଥିଲେ ସିମେଣ୍ଟ।