ଖୋର୍ଦ୍ଧା: ମହିଳାଙ୍କୁ ପଥରରେ ଛେଚି ହତ୍ୟା, ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା: ଆଜି ସକାଳେ ନିରାକାରପୁର ଅଞ୍ଚଳରେ ପଥରରେ ଛେଚି ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣଙ୍କ ସୁଇପର ଭାବେ କାମ କରୁଥିଲେ। ହତ୍ୟାର କାରଣ ସ୍ପଷ୍ଟ ହୋଇନାହିଁ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଅଭିଯୁକ୍ତଙ୍କ ଗିରଫ ଦାବିରେ ଉତ୍ତ୍ୟକ୍ତ ଲୋକେ ନୂଆ ଜଗନ୍ନାଥ ସଡ଼କ ଅବରୋଧ କରିଛନ୍ତି। ପୋଲିସର ନିଷ୍କ୍ରିୟତା ଯୋଗୁଁ ଅଞ୍ଚଳରେ ଏପରି ଘଟଣା ବାରମ୍ବାର ଘଟୁଥିବା ଉତ୍ତ୍ୟକ୍ତ ଲୋକେ ଅଭିଯୋଗ କରିଛନ୍ତି। ହତ୍ୟାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ […]

murder

murder

Rakesh Mallick
  • Published: Wednesday, 03 February 2016
  • Updated: 03 February 2016, 06:34 AM IST

Sports

Latest News

ଖୋର୍ଦ୍ଧା: ଆଜି ସକାଳେ ନିରାକାରପୁର ଅଞ୍ଚଳରେ ପଥରରେ ଛେଚି ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣଙ୍କ ସୁଇପର ଭାବେ କାମ କରୁଥିଲେ। ହତ୍ୟାର କାରଣ ସ୍ପଷ୍ଟ ହୋଇନାହିଁ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଅଭିଯୁକ୍ତଙ୍କ ଗିରଫ ଦାବିରେ ଉତ୍ତ୍ୟକ୍ତ ଲୋକେ ନୂଆ ଜଗନ୍ନାଥ ସଡ଼କ ଅବରୋଧ କରିଛନ୍ତି।

ପୋଲିସର ନିଷ୍କ୍ରିୟତା ଯୋଗୁଁ ଅଞ୍ଚଳରେ ଏପରି ଘଟଣା ବାରମ୍ବାର ଘଟୁଥିବା ଉତ୍ତ୍ୟକ୍ତ ଲୋକେ ଅଭିଯୋଗ କରିଛନ୍ତି। ହତ୍ୟାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ଅଞ୍ଚଳରେ ପାଟ୍ରୋଲିଂ ବ୍ୟବସ୍ଥା କଡାକଡି କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos