Advertisment

ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିବାଦ କରିବାରୁ ଛୁରା ମାଡ଼

ନାବାଳିକାଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।

Attack

Attack

Advertisment

ରାତିର ଅନ୍ଧକାରରେ ଏକୁଟିଆ ପାଇ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କଲେ ଯୁବକ। ମାତ୍ର ନାବାଳିକାଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।

Advertisment

ଏପରି ଏକ ହୃଦୟ ବିଦାରକ ଘଟଣା କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଅଞ୍ଚଳରେ ଘଟିଛି। ପୀଡ଼ିତାଜଣକ ନବମ ଶ୍ରେଣୀ ଛାତ୍ରୀ ବୋଲି ଜଣାଯାଇଛି।

ପୀଡ଼ିତା ଗତକାଲି ସ୍କୁଲରୁ ଫେରିବା ପରେ ରାତିରେ ନିଜ ବାଡ଼ି ପଟ ପଡିଆକୁ ଯାଇଥିଲେ। ସେଠରୁ ଫେରିଵା ବେଳେ ସେହି ଗ୍ରାମର ଯୁବକ ଲୁକୁ ଖରା ତାଙ୍କୁ ଅଟକାଇଥିଲେ। ଏକୁଟିଆ ପାଇ ସେ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ପାଇଁ ଉଦ୍ୟମ କରିଥିଲେ।

Advertisment

ମାତ୍ର ନାବାଳିକାଜଣକ ଏହାର ପ୍ରତିବାଦ କରି ଚିତ୍କାର କରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ଯୁବକଜଣକ ଏକ ଧାରୁଆ ଛୁରୀରେ ନାବାଳିକାଙ୍କ ଶରୀରକୁ ଚୋଟ ପରେ ଚୋଟ ପକାଇ ଚାଲିଲେ। ଏହାପରେ ସେ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ।

ନାବାଳିକାଜଣକ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଘରକୁ ଫେରି ପରିବାର ଲୋକଙ୍କୁ ସବୁ କଥା କହିଥିଲେ। ପରିବାର ଲୋକେ ତୁରନ୍ତ ତାଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରିଥିବା ବେଳେ ଏନେଇ ନନ୍ଦପୁର ଥାନାରେ ମାମଲା ରୁଜୁ କରିଛନ୍ତି। ପୁଲିସ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ବେଳେ ଅଭିଯୁକ୍ତ ଫେରାର ହୋଇ ଯାଇଛନ୍ତି।

Knife Attack Koraput
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe