ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଏଏସ୍ଆଇ ରଜନୀକାନ୍ତ ଦାସ। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଗିରଫ କରାଯାଇଛି।
Also Read
ଏକ ମାମଲାର ରଫାଦଫା କରିବା ପାଇଁ ସେ ଜଣେ ବ୍ୟକ୍ତିଙ୍କୁ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଉକ୍ତ ବ୍ୟକ୍ତି ଭିଜିଲାନ୍ସକୁ ଜଣାଇଥିଲେ। ଯୋଜନା ପ୍ରକାରେ ଆଜି ଏଏସ୍ଆଇ ରଜନୀକାନ୍ତ ଦାସ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ କୋଟଗଡ଼ କାଳୀ ମନ୍ଦିର ପାଖରେ ତାଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।
ରଜନୀକାନ୍ତ ଦାସ ଲାଞ୍ଚ ନେଇ ଧରାପଡ଼ିବା ପରେ ତାଙ୍କର ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି। ଅନ୍ୟପଟେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ତାଙ୍କ ନାମରେ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।
ରିପୋର୍ଟ- ବାଲିଗୁଡ଼ାରୁ ଅଜିତ କୁମାର ନାୟକ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।