ଦୁଇ ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍ ଓ ଜରିମାନା। ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିବ। ଧର୍ମଗଡ ADJ ଆଜି ଏହି ରାୟ ଶୁଣାଇଛନ୍ତି।
୨୦୧୫ ମସିହାରେ କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଆମଯୋର ଗାଁରେ ମନୁ ରଣାଙ୍କୁ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ବିଚ୍ ରାସ୍ତାରେ ମନୁଙ୍କ ତଣ୍ଟି ଚିପି ହତ୍ୟା କରାଯାଇଥିଲା। ପରେ ମୃତଦେହକୁ ଶିଶୁଘାଟି ଡଙ୍ଗରରେ ଫିଙ୍ଗି ଦେଇଥିଲେ। ଏନେଇ ଅଭିଯୋଗ ହେବା ପରେ ପୁଲିସ୍ ଖଗେଶ୍ୱର ରାଉତ ଓ ଗଦାଧର ରଣାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Also Read
ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି। ଧର୍ମଗଡ ଅତିରିକ୍ତ ଜିଲ୍ଲା ଦୌରାଜଜ(ADJ) ସୁରେଶ ଚନ୍ଦ୍ର ପ୍ରଧାନ ମାମଲାକୁ ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସାକ୍ଷୀ ଓ ତଥ୍ୟ ପ୍ରମାଣ ଆଧାରରେ ଦୁଇ ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ଏଥିସହ ଜଣକା ୧୦ ହଜାର ଟଙ୍କା ଲେଖାଏଁ ଜରିମାନା କରିଛନ୍ତି। ଜରିମାନା ଅନାଦେୟ ହେଲେ ଆହୁରି ୬ ମାସ ଦଣ୍ଡାଦେଶ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ରାୟରେ ଶୁଣାଇଛନ୍ତି।
ରିପୋର୍ଟ- ଧର୍ମଗଡ଼ରୁ ଇଙ୍ଗିତ ପଣ୍ଡା
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
କେମିତି ନାକ ଫୁଲ ଯୋଗୁ ଧରାପଡ଼ିଲେ ହତ୍ୟାକାରୀ?
ମହିଳା ଜଣଙ୍କ ନାକରେ ପିନ୍ଧିଥିବା ଗୋଟିଏ ସୁନା ପିନ୍ ବା ନାକ ଫୁଲ ସହାୟତାରେ ପୁଲିସ୍ ପୂରା ଘଟଣା ଉପରୁ ପରଦା ହଟାଇବାକୁ ସକ୍ଷମ ହୋଇଛି।

Crime
ପୁଲିସ ବିଭାଗରେ ଟେଣ୍ଡର ଅନିୟମିତତା: ସିଏଜିଙ୍କ ଆପତ୍ତି ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନ ଶୂନ, ୬କୋଟି ଟଙ୍କା କ୍ଷତି
ରାଜ୍ୟରେ ସିସିଟିଏନଏସ( କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ ନେଟୱାର୍କ ଆଣ୍ଡ ସିଷ୍ଟମ) ପାଇଁ ‘ସିଷ୍ଟମ ଇଣ୍ଟିଗ୍ରେଟର ଚୟନ’ ନିମନ୍ତେ ରାଜ୍ୟ ପୁଲିସର ‘ରାଜ୍ୟ କ୍ରାଇମ ରେକର୍ଡ ବ୍ୟୁରୋ’(ଏସସିଆରବି) ୨୦୨୧ ନଭେମ୍ବର ମାସରେ ଡାକିଥିବା ଟେଣ୍ଡର ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଓ ଏକ ନିର୍ଦ୍ଦିଷ୍ଟ ସଂସ୍ଥାକୁ ଅହେତୁକ ଅନୁକମ୍ପା ଦେଖାଇଥିବାକୁ ନେଇ ସିଏଜି ଆପତ୍ତି ଉଠାଇଛନ୍ତି ।

Crime
ଲଘୁ ଖଣିଜ ଚୋରି ପାଇଁ ବାଟ ଛାଡ଼ିଥିଲେ ଅଫିସର: ସିଏଜି
ତହସିଲଦାରମାନଙ୍କ ଅବହେଳାରୁ ଧର୍ମଶାଳା ଡଙ୍କାରୀ କଳାପଥର ଖଣିରୁ ଅନୁମତି ବାହାରେ 58.66 କୋଟି ଟଙ୍କାର ପଥର ଖୋଳି ନିଆଗଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ କାରଣରୁ ଏପର୍ଯ୍ୟନ୍ତ ଏହି ବକେୟା ଦେୟ ଆଦାୟ ହୋଇପାରିଲା ନାହିଁ।

Crime
ଝିଅର ସ୍କୁଲ ଶିକ୍ଷୟିତ୍ରୀଙ୍କ ସହ ଅବୈଧ ସମ୍ପର୍କ ରଖି କେମିତି ଫସିଲେ ବାପା?
ଧୂର୍ତ୍ତ ଶିକ୍ଷୟିତ୍ରୀ ଜଣଙ୍କ ନିଜ ଛାତ୍ରୀଙ୍କ ବାପାଙ୍କୁ ପ୍ରେମ ଜାଲରେ ଫସାଇ ଟଙ୍କା ଲୁଟ କରିଛନ୍ତି।

Crime
କାହିଁକି ସାଇବର ଅପରାଧୀଙ୍କ ପାଇଁ ଜୀବନ ହାରିଲେ ବୟସ୍କ ଦମ୍ପତି?
ବୟସ୍କ ଦମ୍ପତିଙ୍କ ଠାରୁ ୫୦ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ପରେ ମଧ୍ୟ ସାଇବର ଅପରାଧୀଙ୍କ ମନ ବୁଝି ନଥିଲା। ସେମାନେ ନୀରିହ ଦମ୍ପତିଙ୍କୁ ଧମକଚମକ ଦେଇ ଚାଲିଥିଲେ।