Advertisment

ଦୁଇ ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌ ଓ ଜରିମାନା

୨୦୧୫ ମସିହାରେ କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଆମଯୋର ଗାଁରେ ମନୁ ରଣାଙ୍କୁ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ବିଚ୍‌ ରାସ୍ତାରେ ମନୁଙ୍କ ତଣ୍ଟି ଚିପି ହତ୍ୟା କରାଯାଇଥିଲା।

Crime

Crime

Advertisment

ଦୁଇ ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌ ଓ ଜରିମାନା। ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ଜେଲ୍‌ ଦଣ୍ଡ ଭୋଗିବାକୁ ପଡ଼ିବ। ଧର୍ମଗଡ ADJ ଆଜି ଏହି ରାୟ ଶୁଣାଇଛନ୍ତି।

Advertisment

୨୦୧୫ ମସିହାରେ କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଆମଯୋର ଗାଁରେ ମନୁ ରଣାଙ୍କୁ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ବିଚ୍‌ ରାସ୍ତାରେ ମନୁଙ୍କ ତଣ୍ଟି ଚିପି ହତ୍ୟା କରାଯାଇଥିଲା। ପରେ ମୃତଦେହକୁ ଶିଶୁଘାଟି ଡଙ୍ଗରରେ ଫିଙ୍ଗି ଦେଇଥିଲେ। ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ଖଗେଶ୍ୱର ରାଉତ ଓ ଗଦାଧର ରଣାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି। ଧର୍ମଗଡ ଅତିରିକ୍ତ ଜିଲ୍ଲା ଦୌରାଜଜ(ADJ) ସୁରେଶ ଚନ୍ଦ୍ର ପ୍ରଧାନ ମାମଲାକୁ ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସାକ୍ଷୀ ଓ ତଥ୍ୟ ପ୍ରମାଣ ଆଧାରରେ ଦୁଇ ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ଏଥିସହ ଜଣକା ୧୦ ହଜାର ଟଙ୍କା ଲେଖାଏଁ ଜରିମାନା କରିଛନ୍ତି। ଜରିମାନା ଅନାଦେୟ ହେଲେ ଆହୁରି ୬ ମାସ ଦଣ୍ଡାଦେଶ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ରାୟରେ ଶୁଣାଇଛନ୍ତି।

Advertisment

ରିପୋର୍ଟ- ଧର୍ମଗଡ଼ରୁ ଇଙ୍ଗିତ ପଣ୍ଡା

Kalahandi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe