Advertisment

ପୂର୍ବତନ ବିଧାୟକଙ୍କୁ ଝଟକା; କାଏମ୍‌ ରହିଲା ଆଜୀବନ ଦଣ୍ଡାଦେଶ ରାୟ

ଗତ ବର୍ଷ ଭୁବନେଶ୍ୱରର ସ୍ୱତନ୍ତ୍ର ଏମପି-ଏମଏଲ୍ଏ କୋର୍ଟ ଦେଇଥିବା ଦଣ୍ଡାଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ରାମମୂର୍ତ୍ତି। ମାତ୍ର ସେଠାରୁ ତାଙ୍କୁ ନିରାଶ ହେବାକୁ ପଡ଼ିଛି।

ଅଦ୍ୟତନ ହୋଇଛି
Odisha High Court

Odisha High Court

Advertisment

ପତ୍ନୀହତ୍ୟା ମାମଲାରେ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ମିଳିଲା ଝଟକା। ତଳକୋର୍ଟଙ୍କ ଆଜୀବନ ଦଣ୍ଡାଦେଶକୁ କାଏମ୍ ରଖିଲେ ହାଇକୋର୍ଟ। ଗତ ବର୍ଷ ଭୁବନେଶ୍ୱରର ସ୍ୱତନ୍ତ୍ର ଏମପି-ଏମଏଲ୍ଏ କୋର୍ଟ ଦେଇଥିବା ଦଣ୍ଡାଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ରାମମୂର୍ତ୍ତି। ମାତ୍ର ସେଠାରୁ ତାଙ୍କୁ ନିରାଶ ହେବାକୁ ପଡ଼ିଛି। 

Advertisment

ଅଭିଯୋଗ ଅନୁସାରେ, ୧୯୯୫ ମସିହା ଅଗଷ୍ଟ ୨୯ରେ ରାମମୂର୍ତ୍ତି ଗମାଙ୍ଗଙ୍କ ସ୍ତ୍ରୀ ଶଶୀରେଖାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଖାରବେଳନଗରସ୍ଥିତ ଏମଏଲଏ କଲୋନୀରେ ଥିବା ସରକାରୀ ଘରୁ ଶଶୀରେଖାଙ୍କ ଦରପୋଡ଼ା ମୃତଦେହ ଉଦ୍ଧାର କରାଯାଇଥିଲା।

ଘଟଣା ଦିନ ୧୦ଟା ୪୫ ମିନିଟରେ ରାମମୂର୍ତ୍ତି ପୁଲିସକୁ ଖବର ଦେଇଥିଲେ ଯେ ତାଙ୍କ ସ୍ତ୍ରୀ ଆତ୍ମହତ୍ୟା କରିଛନ୍ତି। ତେବେ ଘଟଣାର ତଦନ୍ତ ବେଳେ ଏହା ଆତ୍ମହତ୍ୟା ନୁହେଁ ବରଂ ସୁଚିନ୍ତିତ ହତ୍ୟା ବୋଲି ପୁଲିସ ଜାଣିବା ସହ ଗମାଙ୍ଗଙ୍କର ଏହି ଘଟଣାରେ ସଂପୃକ୍ତି ଥିବା ପ୍ରମାଣ ପାଇଥିଲା।

Advertisment

ସେ ଆଧାରରେ ପୁଲିସ ଘଟଣାରେ ପ୍ରଥମେ ଅପମୃତ୍ୟୁ ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା। ଭୁବନେଶ୍ୱରର ସ୍ୱତନ୍ତ୍ର କୋର୍ଟ ୧୧ ଜଣ ସାକ୍ଷୀଙ୍କ ବୟାନ ଓ ୧୫ ଟି ଦସ୍ତାବିଜ ଆଧାରରେ ସ୍ତ୍ରୀଙ୍କୁ ହତ୍ୟା ମାମଲାରେ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ୨୦୨୩ରେ ଦୋଷୀ ସାବ୍ୟସ୍ତ କରି ଆଜୀବନ ଦଣ୍ଡାଦେଶ ଦେଇଥିଲେ। ଏହି ରାୟକୁ କାଏମ ରଖିଛନ୍ତି ହାଇକୋର୍ଟ ।

Odisha Highcourt Sentenced To Life Imprisonment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe