/odisha-reporter/media/post_attachments/uploadimage/library/16_9/16_9_0/IMAGE_1708573570.jpg)
Hanuman temple
ମନ୍ଦିରରେ କଳକନା ବୁଲାଇ ଦେଲେ ଚୋର। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ହନୁମାନ ମନ୍ଦିରରେ ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମନ୍ଦିର ପୂଜକ ଥାନାରେ ଅଭିଯୋଗ କରିଛନ୍ତି।
Advertisment
ଗତକାଲି ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ମନ୍ଦିରର ତାଲା ଭାଙ୍ଗି ମନ୍ଦିରରୁ ସୁନାର ମୁକୁଟ, ରୁପାର ମୁକୁଟ, ଦାନ ଜିନିଷ ଓ ୪ଟି ଛତର ଚୋରି କରି ନେଇଥିଲେ। ଆଜି ସକାଳେ ପୂଜକ ପ୍ରସନ୍ନ ତ୍ରିପାଠୀ ମନ୍ଦିର ଖୋଲିବାକୁ ଆସିବା ବେଳେ ତାଲା ଭଙ୍ଗା ହୋଇଥିବା ଦେଖିବାକୁ ପାଇଥିଲେ। ଏହାସହ ମନ୍ଦିରର ଜିନିଷପତ୍ର ଏଣେତେଣେ ପଡ଼ିଥିବା ଦେଖିଥିଲେ। ଏନେଇ ସ୍ଥାନୀୟ ଲୋକଙ୍କୁ ଜଣାଇବା ସହ ପୁଲିସକୁ ଖବର ଦେଇଥିଲେ। ପରେ ଏନେଇ ମନ୍ଦିର ପୂଜକ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଘଟଣା ତଦନ୍ତ କରୁଛି।
ଅନ୍ୟପକ୍ଷରେ ଚୋରକୁ ଧରି ତାକୁ କୋଠର ଦଣ୍ଡରେ ଦଣ୍ଡିତ କରାଯାଉ ବୋଲି ସ୍ଥାନୀୟ ଲୋକେ ଦାବି କରିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
