Loot
ରାତି ଅଧରେ ମନ୍ଦିରରେ ପଶି କଳକନା ବୁଲାଇ ଦେଲେ ଚୋର। ଏନେଇ ମନ୍ଦିର ପୂଜକ ଥାନାରେ ଅଭିଯୋଗ କରିଛନ୍ତି। ଏପରି ଘଟଣା ଘଟିଛି କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ଜୟପୁର ଗାଁରେ ଥିବା ବଣ ବାଆଁରେଇ ମନ୍ଦିରରୁ ଏହି ଚୋରି ହୋଇଛି।
ଗତକାଲି ବିଳମ୍ବିତ ରାତିରେ ଚୋରମାନେ ମନ୍ଦିରର ତାଲା ଭାଙ୍ଗି ମା’ଙ୍କ ଚାନ୍ଦି ମୁକୁଟ, ହାର ଓ ସୁନା ଆଖି ଚୋରି କରି ନେଇଥିଲେ। ଆଜି ସକାଳେ ପୂଜକ ମନ୍ଦିର ଖୋଲିବାକୁ ଆସିବା ବେଳେ ତାଲା ଭଙ୍ଗା ହୋଇଥିବା ଦେଖିବାକୁ ପାଇଥିଲେ।
ଏହାସହ ମନ୍ଦିରର ଜିନିଷପତ୍ର ଏଣେତେଣେ ପଡ଼ିଥିବା ଦେଖିଥିଲେ। ଏନେଇ ସ୍ଥାନୀୟ ଲୋକଙ୍କୁ ଜଣାଇବା ସହ ପୁଲିସକୁ ଖବର ଦେଇଥିଲେ। ପରେ ଏନେଇ ମନ୍ଦିର ପୂଜକ ଥାନାରେ ଅଭିଯୋଗ କରିଥିଲେ। ମା’ଙ୍କ ହୁଣ୍ଡି ବାକ୍ସରୁ ମଧ୍ୟ ଚୋରମାନେ ଟଙ୍କା ନେଇଯାଇଥିବା ଅଭିଯୋଗ ହୋଇଛି। ଚୋରି ଅଳଙ୍କାରର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଜଣା ପଡିଛି। ବାରଙ୍ଗ ଥାନା ପୁଲିସ ଘଟଣାର ତଦନ୍ତ କରୁଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Loot_1730782825.jpg)