ନୟାଗଡ଼: ନୟାଗଡ଼ ଜିଲ୍ଲା ବାଲୁଗାଁରେ ଆଜି ତିନି ଜଣ ଦୁର୍ବୃତ୍ତ ଜଣେ ବ୍ୟବସାୟୀଙ୍କ ଆଖିରେ ଲଙ୍କାଗୁଣ୍ଡ ପକାଇ ୬ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ବ୍ୟବସାୟୀ ଜଣଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ୍ ଅଭିଯୋଗ ପାଇବା ପରେ ଘଟଣାର ତଦନ୍ତ କରୁଛି।
ନୟାଗଡ଼ ସଦର ଥାନା ଏଏସ୍ଆଇ ପ୍ରମୋଦ ନନ୍ଦ କହିଛନ୍ତି,“ବ୍ୟବସାୟୀ ଜଣଙ୍କ ନୟାଗଡ଼ ଡାକ୍ତରଖାନା ପାଖ ଏସ୍ବିଆଇରୁ ଟଙ୍କା ଉଠାଇ ବାଇକ୍ ଯୋଗେ ନିଜ ଗାଁ ସରଧାପୁରକୁ ଯାଉଥିଲେ। ବାଲୁଗାଁ ଆଉ ପ୍ରାୟ ଅଧା କିଲୋମିଟର ଥିବା ବେଳେ ଖଣ୍ଡପଡ଼ା ପଟୁ ଏକ ବାଇକ୍ରେ ଆସୁଥିବା ତିନି ଜଣ ଦୁର୍ବୃତ୍ତ ତାଙ୍କ ମୁହଁରେ ଲଙ୍କାଗୁଣ୍ଡ ପକାଇ ଟଙ୍କା ନେଇ ଫେରାର ହୋଇଯାଇଥିଲେ।”
ସେ କହିଛନ୍ତି,“ଅଭିଯୋଗ ପାଇବା ପରେ ଏସ୍ଡିପିଓ ଓ ସଦର ଥାନା ଆଇଆଇସି ଘଟଣାସ୍ଥଳକୁ ଯାଇ ତଦନ୍ତ କରିଥିଲେ। ସନ୍ଦେହ ଘେରକୁ ଆସୁଥିବା ବ୍ୟକ୍ତିମାନଙ୍କୁ ପଚରାଉଚରା କରାଯାଉଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।