Advertisment

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ନେଇଗଲେ ଲକ୍ଷାଧିକ ଟଙ୍କା

ଗତକାଲି ବିଳମ୍ବିତ ରାତିରେ ଚୋରମାନେ ଗ୍ୟାସ କଟରରେ ଝରକାରର ଗ୍ରୀଲ କାଟି ବ୍ୟାଙ୍କ ଭିତରେ ପଶିଥିଲେ।

Loot

Loot

Advertisment

ଝରକା ଗ୍ରୀଲ କାଟି ବ୍ୟାଙ୍କରେ ପଶିଲେ। ପରେ ବ୍ୟାଙ୍କରୁ ଲକ୍ଷାଧିକ ଟଙ୍କା ନେଇଯାଇଥିବା ଅଭିଯୋଗ ହୋଇଛି।  ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଅର୍ନ୍ତଗତ ଖପରାପଦା ଛକରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଏହି ଚୋରି ହୋଇଛି।   

Advertisment

ଗତକାଲି ବିଳମ୍ବିତ ରାତିରେ ଚୋରମାନେ ଗ୍ୟାସ କଟରରେ ଝରକାରର ଗ୍ରୀଲ କାଟି ବ୍ୟାଙ୍କ ଭିତରେ ପଶିଥିଲେ। ପରେ ବ୍ୟାଙ୍କରେ କଳାକନା ବୁଲାଇ ଦେଇଥିଲେ। ଆଜି ସକାଳେ ବ୍ୟାଙ୍କ ଝରକା ତଡ଼ା ହୋଇଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ବ୍ୟାଙ୍କ ମ୍ୟାନେଜର୍ ଏବଂ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ବାଲିଆପାଳ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ କେତେ ଟଙ୍କା ଚୋରି ହୋଇଛି ତାହା ଜଣାପଡ଼ି ନାହିଁ।

ସୂଚନାଯୋଗ୍ୟ, ୫ବର୍ଷ ପୂର୍ବରୁ ମଧ୍ୟ ଏହି ବ୍ୟାଙ୍କରୁ ଚୋରି ହୋଇଥିଲା। ବାରମ୍ବାର ଚୋରି ହେଉଥିବାରୁ ସ୍ଥାନୀୟ ଅଞ୍ଚଳରେ ପୁଲିସ ପାଟ୍ରୋଲିଂ କଡ଼ାକଡି କରିବାକୁ ଦାବି ହୋଇଛି।

Advertisment
Balasore Loot
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe