Advertisment

ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!

ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।

author-image
Manoranjan Sial
undefined

Lovers

ଆଜି ହେଉଛି ମକର ସଂକ୍ରାନ୍ତି। ସେଥିପାଇଁ ଚଳଚଞ୍ଚଳ ପୂରପଲ୍ଲୀ। ଏପରିସ୍ଥିତିରେ କଟକ ଜିଲ୍ଲା ବାଙ୍କୀ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଝୁଲି ପଡ଼ିଲେ ପ୍ରେମୀ ଯୁଗଳ! ବାହା ହୋଇ ଘର ସଂସାର କରିବା ପାଇଁ ସ୍ୱପ୍ନ ଦେଖୁଥିବା ପ୍ରେମୀ ଯୁଗଳ ନିଜ ନିଜ ଘରେ ଝୁଲି ପଡ଼ିଥିବା ଅଭିଯୋଗ ହୋଇଛି। ହେଲେ ଆତ୍ମହତ୍ୟାର କାରଣ ଜଣାପଡ଼ି ନାହିଁ। ପୁଲିସ୍‌ ବିଭିନ୍ନ ଦିଗରୁ ତଦନ୍ତ ଆରମ୍ଭ କରିଛି।

Advertisment

ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ। ତେବେ ହଠାତ୍‌ କଣ ହେଲା ଉଭୟ ଆତ୍ମହତ୍ୟା ପରି ଚରମ ନିଷ୍ପତ୍ତି ନେଲେ। ରଞ୍ଜନ ଓ କଲ୍ୟାଣୀ ନିଜ ନିଜ ଘରେ ଝୁଲି ପଡ଼ିଥିବା ଅଭିଯୋଗ ହୋଇଛି। ଆଜି ସକାଳେ ଉଭୟଙ୍କୁ ପରିବାର ଲୋକେ ଉଦ୍ଧାର କରି ବାଙ୍କୀ ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ଆତ୍ମହତ୍ୟାର କାରଣ ଖୋଜୁଛି। ସେପଟେ ମୃତ ପ୍ରେମୀ ଯୁଗଳଙ୍କ ପରିବାର ଲୋକେ ଏ ସମ୍ପର୍କରେ ମୁହଁ ଖୋଲୁନାହାନ୍ତି।

Advertisment

ରିପୋର୍ଟ- ବାଙ୍କୀରୁ ସଞ୍ଜୀପ କୁମାର ନାୟକ

Suicide Cuttack