Advertisment

ମାହାଙ୍ଗା ଡବଲ ମର୍ଡର: ୯ ଜଣଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ

୨୦୨୧ ମସିହା ଜାନୁଆରୀ୨ ତାରିଖରେ ମହାଙ୍ଗାରର ବରିଷ୍ଠ ବିଜେପି ନେତା କୁଳମଣି ବରାଳ ଓ ସଂପର୍କୀୟ ଦିବ୍ୟ ସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା।

Death person

Death person

Advertisment

ମାହାଙ୍ଗା ଡବଲ ମର୍ଡର ମାମଲାରେ ଆସିଛି ବଡ଼ ରାୟ। ୯ ଜଣ ଦୋଷୀଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ସାଲେପୁର ଏଡିଜେ କୋର୍ଟ। ତେବେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତକୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି କୋର୍ଟ।

Advertisment

୨୦୨୧ ମସିହା ଜାନୁଆରୀ୨ ତାରିଖରେ ସନ୍ଧ୍ୟାରେ ମହାଙ୍ଗାରର ବରିଷ୍ଠ ବିଜେପି ନେତା କୁଳମଣି ବରାଳ (୭୫) ଓ ସଂପର୍କୀୟ ଦିବ୍ୟ ସିଂହ ବରାଳ( ୮୨)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ୍ ଏହି ଘଟଣାରେ ୧୦ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳ ଫେରାର ଥିଲା। ଏକ ଟ୍ରକ ଦୁର୍ଘଟଣାରେ ଗତ ଫେବ୍ରୁଆରୀରେ ତାଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା।

ତେବେ ଏହି ଘଟଣାରେ ବିଜେଡି ନେତା ତଥା ସେତେବେଳର ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଥିବା ଅଭିଯୋଗ ଆସିଥିଲା। ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ମାମଲା ହୋଇଥିଲା। ତେବେ ପୁଲିସ ଚାର୍ଜସିଟ୍ ଦାଖଲ ବେଳେ ମନ୍ତ୍ରୀଙ୍କ ନାଁକୁ କାଟି ଦେଇଥିବା ନେଇ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ କୋର୍ଟରେ ପ୍ରୋଟେଷ୍ଟ ପିଟିସନ୍ କରିଥିଲେ। ଏହାର ଶୁଣାଣି କରି କୋର୍ଟ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ମାହାଙ୍ଗା ଥାନାକୁ ନିର୍ଦ୍ଦେଶ ଦେଇଥିଲେ।  ପରେ ପ୍ରତାପ ଜେନାଙ୍କୁ ୧୩ ନମ୍ବର ମୁଦାଲା ଭାବେ ଚାର୍ଜସିଟରେ ଉଲ୍ଲେଖ କରିଥିଲା ପୁଲିସ।

Advertisment

ତେବେ ଚାର୍ଜସିଟରୁ ତାଙ୍କ ନାଁ ହଟାଇବାକୁ ପ୍ରତାପ ଜେନା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ।ହାଇକୋର୍ଟ ମାମଲାର ଶୁଣାଣି ସାରି ରାୟ ସଂରକ୍ଷିତ ରଖିଛନ୍ତି।ଏହି ଡବଲ ମର୍ଡର ଘଟଣାକୁ ନେଇ ସେତେବେଳେ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା।

Salepur Mahanga Double Murder Case
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe