ପୁରୀ ସହରର କୁମ୍ଭାରପଡ଼ା ଥାନା ଅନ୍ତର୍ଗତ ଜଟିଆ ବାବାଜୀ ଛକରେ ଆଜି ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକଙ୍କ ନାଁ ଲଡୁ ନାୟକ। ତାଙ୍କ ଘର ନରେନ୍ଦ୍ରକୋଣ ଗୋପବନ୍ଧୁ କଲୋନୀରେ।
ଲଡ଼ୁଙ୍କର ଆଜି କିଛି ଲୋକଙ୍କ ସହିତ ଝଗଡ଼ା ହୋଇଥିଲା। ସେହି ଲୋକମାନେ ମଧ୍ୟ ଗୋପବନ୍ଧୁ କଲୋନୀର। ଝଗଡ଼ା ବେଳେ ହଠାତ୍ ତିନି/ଚାରି ଜଣ ଲୋକ ସଂଘବଦ୍ଧ ଭାବେ ତାଙ୍କୁ ଆକ୍ରମଣ କରିଥିଲେ। ସେମାନେ ତାଙ୍କୁ ଲୁହା ପାଇପରେ ପିଟିଥିଲେ। ଲଡୁ ନାୟକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା।
Also Read
ଲଡୁ ତଳେ ପଡ଼ିଯିବା ପରେ ଆକ୍ରମଣକାରୀମାନେ ଫେରାର ହୋଇଯାଇଥିଲେ। ଏହା ପରେ ତାଙ୍କୁ ଉଦ୍ଧାର କରାଯାଇ ପୁରୀ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କୁମ୍ଭାରପଡ଼ା ଥାନା ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୨ ପେସାଦାର ଚୋରଙ୍କୁ ଧରିଲା ପୁଲିସ୍, ବନ୍ଧୁକ ଓ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ
ପଶ୍ଚିମବଙ୍ଗର ମୁର୍ସିଦାବାର ଏସ୍.କେ ଆକ୍ବର ସୁନ୍ଦରଗଡ଼ ଟାଉନ ଥାନା ଅରଣ୍ୟନଗରରେ ଶ୍ରମିକ ଭାବେ କାମ କରୁଥିଲେ। ରବିବାର ଅପରାହ୍ନରେ ସେ କାମ ସାରି ଫେରୁଥିବା ବେଳେ ୨ ଜଣ ଯୁବକ ଏକ ବାଇକରେ ଆସି ବନ୍ଧୁକ ଓ ଛୁରି ଦେଖାଇ ଧମକ ଚମକ ଦେଇଥିଲେ।
Crime
ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସନ୍ଦେହ ଘେରରେ ଘର ମାଲିକ!
ବିଶୋଇ ଥାନା ଅଞ୍ଚଳର ବୁଦ୍ଧାଦିତ୍ୟ ନାୟକ ଦୀର୍ଘ ବର୍ଷ ଧରି ମେସରେ ରହି ପାଠ ପଢୁଥିଲେ। ଆଜି ମେସ୍ର ସିଡି ଘରରେ ବେକରେ ରଶି ଝୁଲି ପଡ଼ିଥିବା ଦେଖିବାକୁ ମିଳିଥିଲା। ଏହା ପରେ ଘର ମାଲିକ ବାରିପଦା ସଦର ଥାନାକୁ ଖବର ଦେଇଥିଲେ।
Crime
ହାତୀ ଦାନ୍ତ ମାଫିଆଙ୍କୁ ଧରିବାକୁ ଯାଇଥିଲେ ବନ କର୍ମଚାରୀ, ଫୁଟିଲା ଗୁଳି
ହାତୀ ଦାନ୍ତ ଡିଲ୍ରେ ସାମିଲ ମାଫିଆଙ୍କୁ ଧରିବାକୁ ବନ କର୍ମଚାରୀ ଯାଇଥିବା ବେଳେ ଅତର୍କିତ ଭାବେ ଫୁଟିଲା ଗୁଳି। ଏହି ଆକ୍ରମଣରେ ବନ ବିଭାଗ ଗାଡ଼ି କ୍ଷତିଗ୍ରସ୍ତ ହୋଇଛି।
Crime
ST-SC ବିଭାଗ ହାଇସ୍କୁଲ କାମରେ ହେଉଥିଲା କି କେଳେଙ୍କାରୀ? ବଢ଼ୁଛି ବିଷ୍ଣୁପଦଙ୍କ ଅଡ଼ୁଆ
ରାଜ୍ୟ ଉଦ୍ୟୋଗକୁ ନଦେଇ କେନ୍ଦ୍ରୀୟ ଉଦ୍ୟୋଗଗୁଡିକୁ ହାଇସ୍କୁଲ କାମ ବାଣ୍ଟିଥିଲେ ବିଷ୍ଣୁପଦ। କେବଳ ବିଦ୍ୟୁତ କ୍ଷେତ୍ରରେ କାମ କରୁଥିବା ଉଦ୍ୟୋଗକୁ ବି ସ୍କୁଲ ଅପଗ୍ରେଡେସନ କାମ ଦେଇଛନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ।
Crime
ମୃତ ମହିଳା କିଏ? UPI ପେମେଣ୍ଟରୁ ମିଳିଲା ହତ୍ୟାକାରୀର ଠିକଣା
ଜଗନ୍ନାଥ ଦେହୁରୀଙ୍କୁ ପଚରାଉଚରା ପରେ ଜଣାପଡ଼ିଥିଲା ମୃତ ମହିଳା ପରିଚୟ। ସେ ହେଉଛନ୍ତି ତାଙ୍କ ଭାଉଜ ପଦ୍ମାବତୀ ସାମଲ। ତାଙ୍କ ବଡ଼ଭାଇ ବଳରାମ ଦେହୁରୀଙ୍କ ପତ୍ନୀ।