Advertisment

ପିପିଲିରେ ରାଜନୈତିକ ହିଂସା; ବିଜେଡି କର୍ମୀଙ୍କ ଆକ୍ରମଣରେ ସମିତିସଭ୍ୟ ସମେତ ୩ ଆହତ

ଗତକାଲିର ଏହି ଘଟଣା ପରେ ଉତ୍ତେଜନା ପ୍ରକାଶ ପାଇଥିଲା।

ଅଦ୍ୟତନ ହୋଇଛି
Tension situation

Tension situation

Advertisment

ପୁରୀ ଜିଲ୍ଲା ପିପିଲିରେ ରାଜନୈତିକ ହିଂସା ଦେଖିବାକୁ ମଳିଛି। ପିପିଲି ବ୍ଲକ ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ବିଜେଡି କର୍ମୀଙ୍କ ଆକ୍ରମଣରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର
ପରିଡ଼ାଙ୍କ ସମେତ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ୨ ଗୁରୁତରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମିତି ସଭ୍ୟଙ୍କ ଗୋଡ଼ ଭାଙ୍ଗିଥିଲା ବେଳେ ଅନ୍ୟ ୨ ଜଣଙ୍କର ମୁଣ୍ଡ, ହାତରେ ଆଘାତ ଲାଗିଛି।

Advertisment

ଗତକାଲି ସମିତିସଭ୍ୟ ଗଦାଧରଙ୍କ ସମେତ ଅନ୍ୟ କର୍ମୀମାନେ ବାଇକ ଯୋଗେ ସହଜପୁର ପଞ୍ଚାୟତର ସୁବୁଦ୍ଧିପଡା ଦେଇ ଯାଉଥଲେ। ଏହି ସମୟରେ ବିଜେଡିର ସ୍ଥାନୀୟ ନେତା ଓ ତାଙ୍କର ସମର୍ଥକମାନେ ଗଦାଧର ଓ ୨କର୍ମୀଙ୍କୁ ଗୋଡାଇ ଗୋଡାଇ ମରଣାନ୍ତକ ଆକ୍ରମଣ କରିଥିଲେ। ଗଦାଧର ଓ ୨ କର୍ମୀଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରଯାଇଛି।

ଗତକାଲିର ଏହି ଘଟଣା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ଗତକାଲି ରାତିରେ ପିପିଲି ବିଜେପି ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ସହ ବିଜେପି କର୍ମୀ ପିପିଲି ଥାନା ଘେରାଉ କରିଥିଲେ। ପୁଲିସ ଅଭିଯୁକ୍ତକୁ ଗିରଫ କରିବା ପାଇଁ ପ୍ରତିଶ୍ରୁତି ଦେବା ପରେ ଉତ୍ତେଜନା ଥମିଥିଲା। ପୁଲିସ ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଓ ଅନ୍ୟପକ୍ଷରେ ମୁଖ୍ୟଅଭିଯୁକ୍ତି ଧରିବାକୁ ଖୋଳତାଡ ଆରମ୍ଭ କରିଛି।

Advertisment
Puri 2024 General Election Odisha Assembly Election 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe