ନକ୍ସଲଙ୍କ ବର୍ବର କାଣ୍ଡ। ପୁଲିସ ଇନଫର୍ମର ସନ୍ଦେହରେ ଘରୁ ଉଠାଇ ନେଇ ଦମ୍ପତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଥାନା ଅନ୍ତର୍ଗତ ସଲାଗୁଡ଼ା ଗ୍ରାମ ପଞ୍ଚାୟତର ଗିଡାପଦର ଗ୍ରାମରେ। ମୃତ ଦମ୍ପତି ହେଲେ ଡାହିରା କହଁର ଓ ବତସୀ କହଁର।
ଗତକାଲି ରାତି ପ୍ରାୟ ୯ଟା ସମୟରେ କିଛି ନକ୍ସଲ ଆସି ଦମ୍ପତିଙ୍କୁ ଘରୁ ଉଠାଇ ନେଇଥିଲେ। ଆଜି ସକାଳେ ଦମ୍ପତିଙ୍କ ମୃତଦେହ ଜଙ୍ଗଲରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ନକ୍ସଲମାନେ ସେମାନଙ୍କୁ ପୁଲିସ ଇନଫର୍ମର ସନ୍ଦେହରେ ବାଡ଼େଇ ବାଡ଼େଇ ହତ୍ୟା କରିଥିବା ସନ୍ଦେହ କରାଯାଉଛି।
ନକ୍ସଲ ଦମ୍ପତିଙ୍କୁ ହତ୍ୟା କରି ଜଙ୍ଗଲ ପକାଇ ଦେବା ପରେ ଅଞ୍ଚଳବସୀ ଭୟଭୀତ ହୋଇପଡ଼ିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।