୧୦ହଜାରରୁ ଅଧିକ ଅଫିମ ଗଛକୁ ନଷ୍ଟ କଲା ମୟୁରଭଞ୍ଜ ପୁଲିସ। ଆଜି ପୂର୍ବାହ୍ନରେ କରଞ୍ଜିଆ ଉପଖଣ୍ଡ ପୁଲିସ ଅଧିକାରୀ ଏବଂ ଜଶିପୁର ପୁଲିସ ପକ୍ଷରୁ ଶିମିଳିପାଳ ପାଦ ଦେଶରେ ଥିବା ଠାକୁରଗୋଡ଼ା ଗ୍ରାମରେ ବେଆଇନ ଅଫିମ ଚାଷକୁ ନଷ୍ଟ କରାଯାଇଛି।
ନୈନେକ ନାମକ ଜଣେ ବ୍ୟକ୍ତି ତାଙ୍କର ୨୧ ଡିସିମିଲ ଜାଗାରେ ବେଆଇନ ଅଫିମ ଚାଷ କରିଥିଲେ। ଏସମ୍ପର୍କରେ SDPO ସୁବ୍ରତ କୁମାର ଖବର ପାଇଥିଲେ। ଏହା ପରେ କରଞ୍ଜିଆ ଉପଖଣ୍ଡ ପୁଲିସ ଅଧିକାରୀ ଏବଂ ଜଶିପୁର ପୁଲିସର ମିଳିତ ଭାବରେ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରିଥିଲେ। ଆଉ ସେଇ ଟିମ୍ ସାହାଯ୍ୟରେ ଠାକୁରଗୋଡ଼ା ଗ୍ରାମରେ ଯାଇ ଚଢ଼ାଉ କରିଥିଲେ।
Also Read
ଅଫିମ ଗଛ ଗୁଡ଼ିକୁ ନଷ୍ଟ କରିବା ସହିତ ଅଧିକ ତଦନ୍ତ ଚଳାଇଛି ପୁଲିସ। ତେବେ ଏ ଘଟଣାରେ କାହାରିକୁ ଗିରଫ କରାଯାଇ ନାହିଁ। ଏ ନେଇ ବର୍ତ୍ତମାନ ବି ତଦନ୍ତ ଜାରି ରହିଛି। ତଦନ୍ତ ପରେ ହିଁ ସଂପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିବ ବୋଲି ସୂଚନା ମିଳିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
ଲଘୁ ଖଣିଜ ଚୋରି ପାଇଁ ବାଟ ଛାଡ଼ିଥିଲେ ଅଫିସର: ସିଏଜି
ତହସିଲଦାରମାନଙ୍କ ଅବହେଳାରୁ ଧର୍ମଶାଳା ଡଙ୍କାରୀ କଳାପଥର ଖଣିରୁ ଅନୁମତି ବାହାରେ 58.66 କୋଟି ଟଙ୍କାର ପଥର ଖୋଳି ନିଆଗଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ କାରଣରୁ ଏପର୍ଯ୍ୟନ୍ତ ଏହି ବକେୟା ଦେୟ ଆଦାୟ ହୋଇପାରିଲା ନାହିଁ।

Crime
ଝିଅର ସ୍କୁଲ ଶିକ୍ଷୟିତ୍ରୀଙ୍କ ସହ ଅବୈଧ ସମ୍ପର୍କ ରଖି କେମିତି ଫସିଲେ ବାପା?
ଧୂର୍ତ୍ତ ଶିକ୍ଷୟିତ୍ରୀ ଜଣଙ୍କ ନିଜ ଛାତ୍ରୀଙ୍କ ବାପାଙ୍କୁ ପ୍ରେମ ଜାଲରେ ଫସାଇ ଟଙ୍କା ଲୁଟ କରିଛନ୍ତି।

Crime
କାହିଁକି ସାଇବର ଅପରାଧୀଙ୍କ ପାଇଁ ଜୀବନ ହାରିଲେ ବୟସ୍କ ଦମ୍ପତି?
ବୟସ୍କ ଦମ୍ପତିଙ୍କ ଠାରୁ ୫୦ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ପରେ ମଧ୍ୟ ସାଇବର ଅପରାଧୀଙ୍କ ମନ ବୁଝି ନଥିଲା। ସେମାନେ ନୀରିହ ଦମ୍ପତିଙ୍କୁ ଧମକଚମକ ଦେଇ ଚାଲିଥିଲେ।

Crime
କେଉଁ ଗୋଟିଏ ଭୁଲ ମୁସ୍କାନ ଓ ସାହିଲକୁ ମହଙ୍ଗା ପଡ଼ିଲା?
ସୌରଭଙ୍କୁ ହତ୍ୟା କରିବା ପରେ ଉଭୟ ଏହାକୁ ୧୫ ଖଣ୍ଡ କରି କାଟି ଦେଇଥିଲେ। ଏହାକୁ ଗୋଟିଏ ପ୍ଲାଷ୍ଟିକ ଡ୍ରମରେ ଭର୍ତ୍ତି କରି ସିମେଣ୍ଟରେ ସିଲ କରି ଦେଇଥିଲେ।

Crime
ମୃତଦେହକୁ ଚିହ୍ନଟ କରିଥିଲେ ବାପା, ଜେଲରେ ୪ ଅଭିଯୁକ୍ତ: କିନ୍ତୁ ଏବେ ସମସ୍ତେ ଚକିତ!
୨୦୨୩ ସେପ୍ଟେମ୍ବର ମାସରରେ ଲଳିତା ଗାନ୍ଧି ସାଗର ଅଞ୍ଚଳରୁ ନିଖୋଜ ହୋଇଯାଇଥିଲେ। କିଛି ଦିନ ପରେ ଗୋଟିଏ ଟ୍ରକ ଦୁର୍ଘଟଣାର ଭିଡିଓ ସାମ୍ନାକୁ ଆସିଥିଲା।