Advertisment

ପ୍ରେମରେ କଣ୍ଟା ସାଜିଲେ ଯୁବତୀଙ୍କ ଦାଦା; ମୁଣ୍ଡ, ଗଣ୍ଡି ଅଲଗା କରିଦେଲେ ନାବାଳକ ପ୍ରେମିକ

ରାତି ଅଧରେ ବାଇକ୍‌ରେ ଫେରୁଥିବା ଯୁବତୀଙ୍କ ଦାଦାଙ୍କ ବେକକୁ ଖଣ୍ଡାରେ ଚୋଟ ପକାଇଲେ। ଫଳରେ ଆଖି ପିଛୁଳାକେ ମୁଣ୍ଡରୁ ଗଣ୍ଡି ଅଲଗା ହୋଇଗଲା।

JAGA

JAGA

Advertisment

ପ୍ରେମରେ କଣ୍ଟା ସାଜିଲେ ଯୁବତୀଙ୍କ ଦାଦା। ଝିଆରୀଠୁ ଦୂରେଇ ରହିବାକୁ ଚେତାବନୀ ବି ଦେଲେ। ମାତ୍ର ପ୍ରେମକୁ ଭୁଲି ପାରୁ ନ ଥିବା ନାବାଳକ ସାଜିଲେ ରକ୍ତମୁଖା। ଆଉ ରାସ୍ତାରେ କଣ୍ଟା ସାଜିଥିବା ଦାଦାଙ୍କୁ ହଟାଇବାକୁ ପାଲଟିଗଲେ ଜହ୍ଲାଦ । ଏପରିକି ରାତି ଅଧରେ ବାଇକ୍‌ରେ ଫେରୁଥିବା ଯୁବତୀଙ୍କ ଦାଦାଙ୍କ ବେକକୁ ଖଣ୍ଡାରେ ଚୋଟ ପକାଇଲେ। ଫଳରେ ଆଖି ପିଛୁଳାକେ ମୁଣ୍ଡରୁ ଗଣ୍ଡି ଅଲଗା ହୋଇଗଲା।

Advertisment

ଏପରି ଲୋମଟାଙ୍କୁରା ଘଟଣା ଗତକାଲି ରାତି ଅଧରେ ରାଜଧାନୀ ଛାତି ଉପରେ ଘଟିଛି। ଅଭିଯୁକ୍ତ ନାବାଳକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ୍‌। ଖଣ୍ଡିଗିରି ଥାନା ଜଗନ୍ନାଥନଗର ଶୁକବିହାର ଅଞ୍ଚଳରେ ଗତ ରାତିରେ ଘଟିଥିବା ଏହି ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତକ ହେଲେ ଜଗା ମଲ୍ଲିକ । ଏନେଇ ଖଣ୍ଡିଗିରି ଥାନାରେ ମାମଲା ରୁଜୁ ହୋଇଥିବା ବେଳେ, ଅଭିଯୁକ୍ତକୁ ଅଟକ ରଖିଛି ପୁଲିସ ।

ଜଗାଙ୍କ ଝିଆରୀଙ୍କ ସହ ଉକ୍ତ ସାହିର ଜଣେ ନାବାଳକଙ୍କର ପ୍ରେମ ସମ୍ପର୍କ ଥିଲା। ନାବାଳକଜଣକ ଯୁକ୍ତ-୨ର ଛାତ୍ର ବୋଲି ଜଣାଯାଇଛି। ଏହି ଘଟଣାକୁ ଜଗା ତୀବ୍ର ବିରୋଧ କରୁଥିଲେ। ଏପରିକି ଝିଆରୀ ଜୀବନରୁ ହଟିଯିବାକୁ ଚେତାବନୀ ଦେଉଥିଲେ।

Advertisment

ମାତ୍ର ନିଜ ପ୍ରେମକୁ ଭୁଲି ପାରୁ ନ ଥିବା ନାବାଳକଜଣକ ରକ୍ତମୁଖା ପାଲଟି ଯାଇଥିଲେ ଓ ଜଗାଙ୍କୁ ରାସ୍ତାରୁ ହଟାଇବାକୁ ଯୋଜନା କରିଥିଲେ। ଏପରିକି ଗତ ରାତିରେ ଜଗା ବାଇକ୍‌ରେ ଘରକୁ ଫେରୁଥିବା ବେଳେ ହାତରେ ଏକ ଖଣ୍ଡା ଧରି ଅନ୍ଧାରୁଆ ଜାଗାରେ ଲୁଚି ରହିଥିଲେ ନାବାଳକ । ହଠାତ୍‌ ଜଗା ଆସୁଥିବା ଦେଖି ସେ ଖଣ୍ଡାରେ ତାଙ୍କ ବେକକୁ ଏକ ଚୋଟ ପକାଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ଜଗାଙ୍କ ଶରୀରରୁ ମୁଣ୍ଡ ଅଲଗା ହୋଇ ଯାଇଥିଲା। ଏହାପରେ ତୁରନ୍ତ ନାବାଳକଜଣକ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ।

ରାସ୍ତା ଉପରେ ଜଗାଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ଖଣ୍ଡଗିରି ପୁଲିସ୍‌କୁ ଖବର ଦେଇଥିଲେ। ଖଣ୍ଡଗିରି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି।

 ପରେ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ପ୍ରାୟ ୨ ଘଣ୍ଟା ପରେ ପୁଲିସ୍‌ ଅଭିଯୁକ୍ତ ନାବାଳକଙ୍କୁ କାବୁ କରି ଥାନାରେ ଅଟକ ରଖିଛି। ଏଥିସହ ଘଟଣା ସମ୍ପର୍କରେ ତାଙ୍କୁ ପୁଲିସ୍‌ ପଚରାଉଚରା କରୁଥିବା ଜଣାଯାଇଛି। ଏହି ଘଟଣା ପ୍ରଚାରିତ ହେବା ପରେ ସମଗ୍ର ରାଜଧାନୀ ଭୁବନେଶ୍ୱରରେ କୋକୁଆ ଭୟ ସୃଷ୍ଟି ହୋଇଛି।

Odisha Murder
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe