Advertisment

ନାବାଳକଙ୍କ ପାଦ ତଳେ ତୁଳସୀ ଲାଗି ଘଟଣା; ମାମଲା ରୁଜୁ କଲା ଶିଶୁ ଆୟୋଗ

ପ୍ୟାଣ୍ଟସାର୍ଟ ପିନ୍ଧି ଚୌକିରେ ବସିଥିବା ଜଣେ ନାବାଳକଙ୍କୁ ଏପରି ପୂଜାର୍ଚ୍ଚନା କରାଯିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହି ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛି ଶିଶୁ ଆୟୋଗ।

author-image
Niharika Rout
ଅଦ୍ୟତନ ହୋଇଛି
Minor Boy Treatd As God

Minor Boy Treatd As God

ନାବାଳକଙ୍କୁ ଦିଆଗଲା ଭଗବାନ ଅନନ୍ତ ମାଧବଙ୍କ ଆଖ୍ୟା । କଳକୀ ଅବତାର କହି ପୂଜା କରାଗଲା। ପାଦ ତଳେ ତୁଳସୀ ଓ ଫୁଲମାଳ ଲାଗି ହେଲା। ପ୍ୟାଣ୍ଟସାର୍ଟ ପିନ୍ଧି ଚୌକିରେ ବସିଥିବା ଜଣେ ନାବାଳକଙ୍କୁ ଏପରି ପୂଜାର୍ଚ୍ଚନା କରାଯିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହାକୁ ନେଇ ତମ୍ବି ତୋଫାନ ଆରମ୍ଭ ହୋଇଥିବା ବେଳେ ବିଭିନ୍ନ ସଙ୍ଗଠନ ଏହାକୁ ତୀବ୍ର ବିରୋଧ କରିଛନ୍ତି। ଏହି ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛି ଶିଶୁ ଆୟୋଗ।

Advertisment

ଏହାସହ ଘଟଣା ସମ୍ପର୍କରେ ଭରତପୁର ଥାନାକୁ ରିପୋର୍ଟ ତଲବ କରିଛି ଆୟୋଗ। ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଘଟଣାର ତଦନ୍ତ କରିବା ପାଇଁ CWCକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ଫଟୋରେ ପୂଜା କରାଯାଉଥିବା ପିଲାଟି ଭାଷ୍ୟକାର କାଶୀନାଥ ମିଶ୍ରଙ୍କ ପୁଅ । ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଅଞ୍ଚଳରେ ରହୁଥିବା କାଶୀନାଥ ମିଶ୍ର ନିଜ ପୁଅକୁ ଭଗବାନ ଅନନ୍ତ ମାଧବ ବୋଲି ଆଖ୍ୟା ଦେଇଛନ୍ତି। ଏଥିସହ ତାଙ୍କ ବେକରେ ଫୁଲ ମାଳ ଓ ପାଦରେ ତୁଳସୀ ଦିଆଯାଇ ପୂଜାର୍ଚ୍ଚନା କରୁଥିବାର ଏକାଧିକ ଫଟୋ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହା କେବେକାର ଫଟୋ ଜଣାପଡ଼ି ନ ଥିବା ବେଳେ ଏହି ଘଟଣାକୁ ନେଇ ରାଜ୍ୟ ସମାଜସେବୀ ମହାସଂଘର କର୍ମକର୍ତ୍ତା ଗତକାଲି ଭରତପୁର ଥାନାରେ ଅଭିଯୋଗ କରିଥିଲେ ।

Advertisment

ମହାସଂଘ ପକ୍ଷରୁ କୁହାଯାଇଛି, ମହାପ୍ରଭୁ ଜଗନ୍ନାଥଙ୍କ ମସ୍ତକରେ ତୁଳସୀ ଶୋଭା ପାଇଥାଏ। ତାଙ୍କୁ ଗୋଡ଼ ତଳେ ରଖାଯାଉଛି। ଏଥିସହ କାଶୀନାଥ ମିଶ୍ରଙ୍କ ଖଣ୍ଡଗିରିସ୍ଥିତ ଆଶ୍ରମରେ ବହୁ ଅନୈତିକ କାର୍ଯ୍ୟ କରାଯାଉଥିବା ମଧ୍ୟ ଅଭିଯୋଗ ହେଉଛି। ଏହାର ମଧ୍ୟ ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ ହେବା ଆବଶ୍ୟକ ବୋଲି ମହାସଂଘ ଦାବି କରିଛି।

Bhubaneswar