Deadbody
Advertisment
ନାବାଳିକାକୁ ମାରି ନଦୀକୁ ଫିଙ୍ଗି ଦେଲେ। ମୟୂରଭଞ୍ଜ ଜିଲ୍ଲା କୁଳିଅଣା ଥାନା ଅନ୍ତର୍ଗତ ଘୋଡାପାଳ ଗାଁ ବୁଢାବଳଙ୍ଗ ନଦୀରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନାବାଳିକାଙ୍କ ପରିଚୟ ମିଳିନାହିଁ।
Advertisment
ଆଜି ସକାଳେ ନାବାଳିକାଙ୍କ ମୃତଦେହ ବୁଢାବଳଙ୍ଗ ନଦୀରେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ।ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ନାବାଳିକାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ନାବାଳିକାକୁ କିଏ ହତ୍ୟା କରି ନଦୀରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Deadbody_1717222106.jpg)