ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ପର୍ଯ୍ୟଟନ ସ୍ଥଳୀ ନିର୍ମଳଝର ପରିସରରେ ଥିବା ନୀଳକଣ୍ଠେଶ୍ଵର ମନ୍ଦିରରୁ ଏହି ଚୋରି ହୋଇଛି। ଏନେଇ ଥାନାରେ ଅଭିଯୋଗ କରିଛନ୍ତି ପୂଜକ। ଗତକାଲି ବିଳମ୍ୱିତ ରାତିରେ ମନ୍ଦରିରୁ ଚୋରି କରି ଫେରାର ମାରିଛନ୍ତି ଦୁର୍ବୃତ୍ତ।
ଆଜି ସକାଳେ ମନ୍ଦିର ପୂଜାରି ପୂଜା କରିବାକୁ ଆସିଥିବା ବେଳେ ମୁଖ୍ୟ ଫାଟକ ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ଏହାସହ ମନ୍ଦିର ଭିତର ହୁଣ୍ଡି ଭଙ୍ଗା ଯାଇଥିବା ଦେଖିଥିଲେ। ଏନେଇ ପୂଜକ ମନ୍ଦିର କମିଟିକୁ ଜଣାଇଥିଲେ। ଏନେଇ କମିଟି ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।
Also Read
ଚୋରମାନେ ରୋଷ ଘର ତାଲା ଭାଙ୍ଗି ପିତଳ ସାମଗ୍ରୀ ଚୋରି କରି ନେଇଥିବା ମଧ୍ୟ ଜଣା ପଡ଼ିଛି। ଖଲ୍ଲିକୋଟ ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।