ବନ୍ଧୁକ ମୁନରେ ଗହଣା ଦୋକାନୀଙ୍କଠାରୁ ପ୍ରାୟ ୫ ଲକ୍ଷ ଟଙ୍କାର ଗହଣା ଓ ନଗଦ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅଞ୍ଚଳରେ। ଏନେଇ ଗହଣା ଦୋକାନୀ ଜଳେଶ୍ୱର ଥାନାରେ ଅଭିଯୋଗ କରିଛନ୍ତି।
ନୂଆଗାଁ ଗ୍ରାମର ସୁନା ଦେକାନୀ ଚନ୍ଦନ ରଣା ଗତକାଲି ରାତି ପ୍ରାୟ ୯ଟା ସମୟରେ ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ। ନୂଆଗାଁ ବସ୍ଷ୍ଟପ୍ ନିକଟରେ ଏକ ବାଇକ୍ରେ ୨ ଜଣ ଯୁବକ କଳା ପଲସରରେ ଆସି ତାଙ୍କୁ ଅଟକାଇଥିଲେ।
Also Read
ପରେ ବନ୍ଧୁକ ଦେଖାଇ ଚନ୍ଦନଙ୍କୁ ଟଙ୍କା ଓ ସୁନା ଦେବା ପାଇଁ ଯୁବକମାନେ ଧମକାଇଥିଲେ। ପରେ ବାଇକ ଡିକି ଭାଙ୍ଗି ନଗଦ କିଛି ଟଙ୍କା ଓ ୫ ଲକ୍ଷ ଟଙ୍କାର ଗହଣା ନେଇ ଚମ୍ପଟ ମାରିଥିଲେ। ଏନେଇ ଚନ୍ଦନ ଜଳେଶ୍ୱର ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।
Crime
ଲୋନ୍ ମଞ୍ଜୁର କରିବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର
ଲାଞ୍ଚ ନେଇ ଧରାପଡ଼ିବା ପରେ ଶ୍ରୀ ଦେହୁରୀଙ୍କ ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।