ବନ୍ଧୁକ ମୁନରେ ବ୍ୟବସାୟୀଙ୍କ ଠାରୁ ଲୁଟି ନେଲେ ୨୭୦ ଗ୍ରାମ ସୁନା ଓ ୬କେଜି ରୁପା। ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଠାରୁ ମାତ୍ର ୫୦୦ମିଟର ଦୂରରେ ଏହି ଘଟଣା ଘଟିଛି। ଲୁଟ୍ ହୋଇଥିବା ଜିନିଷର ଅନୁମାନିକ ମୂଲ୍ୟ ୨୩ ଲକ୍ଷରୁ ଅଧିକ ହେବ। ଏନେଇ ବ୍ୟବସାୟୀ ଜଣଙ୍କ ଡେଲାଙ୍ଗ ଥାନାରେ ଅଭିଯୋଗ କରିଛନ୍ତି।
ସୁନା ବ୍ୟବସାୟୀ ପ୍ରଶାନ୍ତ ମହାପାତ୍ରଙ୍କ ଘର ଡେଲାଙ୍ଗରେ। ତାଙ୍କର ଡେଲାଙ୍ଗ ବଜ଼ାରରେ ସୁନା ଦୋକାନ ରହିଛି। ସବୁ ଦିନ ପରି ଗତକାଲି ମଧ୍ୟ ପ୍ରଶାନ୍ତ ଦୋକାନ ବନ୍ଦ କରି ସୁନା ଓ ରୁପା ଅଳଙ୍କାର ନେଇ ନିଜ ଘରକୁ ଯାଉଥିଲେ।
Also Read
ଏହି ସମୟରେ ୪ରୁ ୫ ଜଣ ଡକାୟତ ଆସି ତାଙ୍କ ମୁଣ୍ଡରେ ବନ୍ଧୁକ ଦେଖାଇ ଭୟଭୀତ କରିଥିଲେ। ପରେ ସୁନା ଓ ରୁପା ଅଳଙ୍କାର ନେଇ ଚମ୍ପଟ ମାରିଥିଲେ। ଏନେଇ ପ୍ରଶାନ୍ତ ଡେଲାଙ୍ଗ ଥାନାରେ ଅଭିଯୋଗ କରିଛନ୍ତି। ଡେଲାଙ୍ଗ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ ଭିନ୍ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।