Advertisment

ଲୁଟିଲେ; ବ୍ୟାଙ୍କ ଲକରରେ ନିଆଁ ଲଗାଇ ଚମ୍ପଟ ମାରିଲେ

ପ୍ରବଳ ଧୂଆଁ ବାହାରୁଥିବାରୁ ନିଆଁ ଲିଭାଇବା  ପାଇଁ ଅଗ୍ନିଶମ ବାହିନୀ ପାଇଁ କଷ୍ଟକର ହୋଇ ହୋଇପଡ଼ିଛି।

ଅଦ୍ୟତନ ହୋଇଛି
Loot

Loot

Advertisment

ଲୁଟ୍‌ ପରେ ବ୍ୟାଙ୍କରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ବାଲିଖଣ୍ଡ ବଜାରରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଏହି ଘଟଣା ଘଟିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

Advertisment

ଗତକାଲି ରାତିରେ ଲୁଟେରାମାନେ ଗ୍ରୀଲ କାଟି ବ୍ୟାଙ୍କ ଭିତରେ ପଶି ଥିଲେ। ପରେ ବ୍ୟାଙ୍କରେ ପଶି ଲୁଟ୍‌ କରି ଲକରରେ ନିଆଁ ଲଗାଇ ଦେଇ ଚମ୍ପଟ ମାରିଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ବ୍ୟାଙ୍କରୁ ଧୂଆଁ ବାହୁରୁଥିବା ଦେଖି ବ୍ୟାଙ୍କ ଅଧିକାରୀଙ୍କୁ ଜଣାଇଥିଲେ। ଏଥିସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।

ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ପ୍ରବଳ ଧୂଆଁ ବାହାରୁଥିବାରୁ ନିଆଁ ଲିଭାଇବା  ପାଇଁ ଅଗ୍ନିଶମ ବାହିନୀ ପାଇଁ କଷ୍ଟକର ହୋଇପଡ଼ିଛି।  ସିମୁଳିଆ ପୁଲିସ ଘଟଣାସ୍ଥଳରେ ମଧ୍ୟ ଉପସ୍ଥିତ ରହିଛି।

Advertisment
Loot Soro
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe