Advertisment

ଅଶାନ୍ତ ରାଜଧାନୀ, ଯୁବକଙ୍କୁ ହତ୍ୟା କରି ରାସ୍ତାକଡ଼ରେ ଫିଙ୍ଗି ଦେଲେ

କିଏ ଓ କାହିଁକି ଯୁବକଙ୍କୁ ହତ୍ୟା କଲା ତାର କାରଣ ଜଣାପଡ଼ିନାହିଁ।

ଅଦ୍ୟତନ ହୋଇଛି
Deadbody

Deadbody

Advertisment

ଅପରାଧୀଙ୍କ ଚରାଭୂଇଁ ପାଲଟିଛି ଭୁବ‌ନେଶ୍ୱର। କଥାକଥାକେ ଗୁଳି ଫୁଟୁଛି, ଖଣ୍ଡାକାତି ବୁଲୁଛି। ଦିନ ଦି’ପହର ହେଉ କି ରାତି, ଜନଗହଳିପୂର୍ଣ୍ଣ ସ୍ଥାନ ହେଉ ଅବା ଶୂନ୍‌ଶାନ୍‌ ଜାଗା ଅପରାଧ ଘଟାଇବାକୁ ତିଳେ ମାତ୍ର ଭୟ କିମ୍ବା ସଂକୋଚ କରୁନାହାନ୍ତି ଅପରାଧୀ।

Advertisment

ଆଜି ସକାଳେ ଜଣେ ଯୁବକଙ୍କୁ  ହତ୍ୟା କରି କାର୍‌ରେ ଆଣି ରାସ୍ତାକଡ଼ରେ ପିଙ୍ଗି ଦେଲେ ଦୁର୍ବୃତ୍ତ। କଂଗ୍ରେସ ଭବନ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ

ପ୍ରତ୍ୟେକ୍ଷଦର୍ଶୀଙ୍କ କହିବା ଅନୁସାରେ, ଆଜି ସକାଳ ପ୍ରାୟ, ୧୦ଟା ସମୟରେ କିଛି ଯୁବକଙ୍କ ଏକ କାର୍‌ରେ ଆସି ଯୁବକଙ୍କୁ ରାସ୍ତାକଡ଼ରେ ପକାଇ ଦେଇ ପଳାଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି କ୍ୟାପିଟାଲ ହସପିଟାଲକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। କିଏ ଓ କାହିଁକି ଯୁବକଙ୍କୁ ହତ୍ୟା କଲା ତାର କାରଣ ଜଣାପଡ଼ିନାହିଁ। କମିଶନରେଟ୍ ପୁଲିସ ରାସ୍ତାକଡ଼ରେ ଲାଗିଥିବା ସିସିଟିଭିକୁ ଆଧାର କରି ଘଟଣାର ତଦନ୍ତ କରୁଛି।

Advertisment
Bhubaneswar Deadbody
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe